ବ୍ଲକ ସ୍କ୍ରିନିଂ କମିଟି ଚୟନ ବୈଠକ : କୋକସରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ପିସି କାରବାର ଅଭିଯୋଗ

କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ସଭା ଗୃହଠାରେ ସୋମବାର ବ୍ଲକ ସ୍କ୍ରିନିଂ କମିଟି ଚୟନ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟାସଭ୍ୟ ଅଂଶଗ୍ରହଣ କରିଥିବା ବେଳେ ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ପିସି ନେଇ କାମ ଦେଉଥିବା ଓ କାମକୁ ନିଜ ମନଇଚ୍ଛାରେ କରୁଥିବା ଅଭିଯୋଗ କରିଥିଲେ ରେଙ୍ଗାଳପାଲି ମହିଳା ସମିତି ସଭ୍ୟା ମାଧୁରୀ ନିଆଲ। ଏହାକୁ ନେଇ ସଭାଗୃହରେ ଅଧ୍ୟକ୍ଷା ଓ ସମିତି ସଭ୍ୟାଙ୍କ ମଧ୍ୟରେ ପ୍ରବଳ ହଟ୍ଟଗୋଳ ସହ ପାଟିତୁଣ୍ଡ ହୋଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଡ଼ିଓ ମନୀଷା ଦାସଙ୍କ ଉପସ୍ଥିତିରେ ବ୍ଲକ ଉପାଧ୍ୟକ୍ଷ ଧିରାମଣି ଦାସ, ଜିପିଓ ନାରାୟଣ ଭୋଇ ଏହି ବୈଠକରେ ଉପସ୍ଥିତ ରହିଥିବା ବେଳେ ମହିଳା ସମିତି ସଭ୍ୟାଙ୍କ ଏହିଭଳି ଆଚରଣକୁ ନେଇ କିଛି ସମୟ ବୈଠକରେ ଅଚଳାବସ୍ଥା ହୋଇଥିବା ବେଳେ ହୋ ହାଲ୍ଲା ମଧ୍ୟରେ ବୈଠକ ଶେଷ ହୋଇଥିଲା । ଏହାକୁ ନେଇ ଏବେ ଚର୍ଚ୍ଚାର ବିଷୟ ହୋଇଛି । ଏନେଇ କୋକସରା ବ୍ଳକ ଅଧ୍ୟକ୍ଷା ସବ୍ୟା ରାଣୀ ବାଗଙ୍କୁ ପଚାରିବାରୁ ଛୋଟିଆ କଥାକୁ ନେଇ ହୋହାଲ୍ଲା ହୋଇ ଥିବା ବେଳେ କାମ ସବୁ ବ୍ଳକ ଜରିଆରେ ବିଭାଗ ଦ୍ୱାର ସମ୍ପାଦନା ହେଉଛି। ପିସି କାହଁିକି କିଏ ଦେବ ପିସି ନେବା କଥା ସମ୍ପୂର୍ଣ୍ଣ ଭିତ୍ତିହୀନ ବୋଲି ମତ ରଖିଥିଲେ ା ଏନେଇ କୋକସରା ବିଡିଓ ମନିଷା ଦାସଙ୍କୁ ପଚାରିବାରୁ ବ୍ଳକର କାମ ଗୁଡିକ ବିଭାଗ ଦ୍ୱାରା ସମ୍ପାଦନା ହେଉଛି ା କାମ ହେଉଛି ବିଲ ହେଉଛି ା ପିସି କାରବାର ଅଭିଯୋଗ ଭିତ୍ତିହୀନ ବୋଲି ସେ ମଧ୍ୟ ପ୍ରକାଶ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri