ବ୍ଲକ ସ୍କ୍ରିନିଂ କମିଟି ଚୟନ ବୈଠକ : କୋକସରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ପିସି କାରବାର ଅଭିଯୋଗ

କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ସଭା ଗୃହଠାରେ ସୋମବାର ବ୍ଲକ ସ୍କ୍ରିନିଂ କମିଟି ଚୟନ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟାସଭ୍ୟ ଅଂଶଗ୍ରହଣ କରିଥିବା ବେଳେ ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ପିସି ନେଇ କାମ ଦେଉଥିବା ଓ କାମକୁ ନିଜ ମନଇଚ୍ଛାରେ କରୁଥିବା ଅଭିଯୋଗ କରିଥିଲେ ରେଙ୍ଗାଳପାଲି ମହିଳା ସମିତି ସଭ୍ୟା ମାଧୁରୀ ନିଆଲ। ଏହାକୁ ନେଇ ସଭାଗୃହରେ ଅଧ୍ୟକ୍ଷା ଓ ସମିତି ସଭ୍ୟାଙ୍କ ମଧ୍ୟରେ ପ୍ରବଳ ହଟ୍ଟଗୋଳ ସହ ପାଟିତୁଣ୍ଡ ହୋଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଡ଼ିଓ ମନୀଷା ଦାସଙ୍କ ଉପସ୍ଥିତିରେ ବ୍ଲକ ଉପାଧ୍ୟକ୍ଷ ଧିରାମଣି ଦାସ, ଜିପିଓ ନାରାୟଣ ଭୋଇ ଏହି ବୈଠକରେ ଉପସ୍ଥିତ ରହିଥିବା ବେଳେ ମହିଳା ସମିତି ସଭ୍ୟାଙ୍କ ଏହିଭଳି ଆଚରଣକୁ ନେଇ କିଛି ସମୟ ବୈଠକରେ ଅଚଳାବସ୍ଥା ହୋଇଥିବା ବେଳେ ହୋ ହାଲ୍ଲା ମଧ୍ୟରେ ବୈଠକ ଶେଷ ହୋଇଥିଲା । ଏହାକୁ ନେଇ ଏବେ ଚର୍ଚ୍ଚାର ବିଷୟ ହୋଇଛି । ଏନେଇ କୋକସରା ବ୍ଳକ ଅଧ୍ୟକ୍ଷା ସବ୍ୟା ରାଣୀ ବାଗଙ୍କୁ ପଚାରିବାରୁ ଛୋଟିଆ କଥାକୁ ନେଇ ହୋହାଲ୍ଲା ହୋଇ ଥିବା ବେଳେ କାମ ସବୁ ବ୍ଳକ ଜରିଆରେ ବିଭାଗ ଦ୍ୱାର ସମ୍ପାଦନା ହେଉଛି। ପିସି କାହଁିକି କିଏ ଦେବ ପିସି ନେବା କଥା ସମ୍ପୂର୍ଣ୍ଣ ଭିତ୍ତିହୀନ ବୋଲି ମତ ରଖିଥିଲେ ା ଏନେଇ କୋକସରା ବିଡିଓ ମନିଷା ଦାସଙ୍କୁ ପଚାରିବାରୁ ବ୍ଳକର କାମ ଗୁଡିକ ବିଭାଗ ଦ୍ୱାରା ସମ୍ପାଦନା ହେଉଛି ା କାମ ହେଉଛି ବିଲ ହେଉଛି ା ପିସି କାରବାର ଅଭିଯୋଗ ଭିତ୍ତିହୀନ ବୋଲି ସେ ମଧ୍ୟ ପ୍ରକାଶ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା...

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ...

୫ରୁ ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଲାଞ୍ଜିଗଡ଼,୧୫।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତରେ ସମନ୍ବିତ ଶିଶୁ ବିକାଶ ଯୋଜନା ଫେଲ୍‌ ହୋଇଥିବା ଅଭିଯୋଗ ହେଉଛି। ତ୍ରିଲୋଚନପୁର ପଞ୍ଚାୟତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri