କଳା ବ୍ୟାଜ୍‌ ପରିଧାନ କରି ଆନ୍ଦୋଳନକୁ ବ୍ଲକ କର୍ମଚାରୀ-ଅଧିକାରୀ

ଦାରିଙ୍ଗବାଡି, ୧।୭ (ଅରୁଣ ସାହୁ):ଭୁବନେଶରର ବିଏମସିରେ ଅତିରିକ୍ତ କମିଶନର ତଥା ତତ୍କାଳ କନ୍ଧମାଳ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ରତ୍ନାକର ସାହୁଙ୍କୁ ମରଣାତ୍ମକ ଆକ୍ରମଣର ପ୍ରତିବାଦରେ ମଙ୍ଗଳବାର କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ଅଚଳ ହୋଇପଡିଛି। ବ୍ଲକର ବିଭିନ୍ନ ବିଭାଗର ଅଧିକାରୀଙ୍କ ସମେତ କିରାଣୀ, ଯନ୍ତ୍ରୀ, ବିପିଏମ, ଯୋଗାଣ ବିଭାଗର କର୍ମଚାରୀ ଉନ୍ନୟନ ବିଭାଗ ଡେସ୍କର କର୍ମଚାରୀ ସମସ୍ତେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି କଳା ବ୍ୟାଜ ପରିଧାନ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବ୍ଲକ କାର୍ଯ୍ୟାଳୟର ମୁଖ୍ୟ ଫାଟକ ସମ୍ମୁଖରେ ସମସ୍ତେ ବିକ୍ଷୋଭ କରିଛନ୍ତି।

ଏହି ଆନ୍ଦୋଳନରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥଙ୍କ ସମେତ ପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡା, ଓଡିଶା ଜୀବିକା ମିଶନର ବିପିଏମ ପିଣ୍ଟୁ ନାୟକ,ଯୋଗାଣ ନିରୀକ୍ଷକ ନିହାର ବେହେରା,ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଖେତୀଶ ପ୍ରିୟଦର୍ଶି ସାହୁ,ମମତା ବେହେରାଙ୍କ ସମେତ ୨୫ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ସମସ୍ତ କର୍ମଚାରୀ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ସେହିପରି ବିଡ଼ିଓ ପ୍ରୀତିରଞ୍ଜନ ରଥ ମଧ୍ୟ ଅତିରିକ୍ତ ଜିଲାପାଳ ରମେଶ ଜେନାଙ୍କ ଡାକରାରେ ଫୁଲବାଣୀ ଯାଇଛନ୍ତି। ସେଠାରେ ଜିଲା ଓଏଏସର ଜିଲା ସଭାପତି ଅତିରିକ୍ତ ଜିଲାପାଳ ଦାୟିତ୍ୱରେ ରହିଥିବାରୁ ଜିଲାର ୧୨ଟି ବ୍ଲକର ସମସ୍ତ ଓଏଏସ ଅଧିକାରୀମାନେ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ସେଠାରେ ନିଷ୍ପତି ପ୍ରକାରେ ଆନ୍ଦୋଳନ କରିବେ ବୋଲି ଦାରିଙ୍ଗବାଡି ବିଡ଼ିଓ ରଥ କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri