ଗିରଫ ହେଲେ ବ୍ଲକ ଉପାଧ୍ୟକ୍ଷ

ଯାଜପୁର ଟାଉନ,୧୯।୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ସଦର ଥାନା ସାହାସପୁର ପଞ୍ଚାୟତ ଗୋବିନ୍ଦପୁର ଗ୍ରାମରେ ଚାଓମିନ ଦୋକାନୀଙ୍କ ଆକ୍ରମଣରେ ଗୁରୁତର ଜଣେ ନାବାଳକଙ୍କ ମୃତ୍ୟୁ ଘଟଣାରେ ପୋଲିସ ମଙ୍ଗଳବାର ଯାଜପୁର ବ୍ଲକ ଉପାଧ୍ୟକ୍ଷ କମଳ ମଲ୍ଲିକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।
ଗୋବିନ୍ଦପୁର ଗ୍ରାମର ସୁକଦେବ ଦାସ ଗତ ୯ ତାରିଖ ରବିବାର ରାତି ପ୍ରାୟ ୯ଟା୩୦ରେ ସ୍ଥାନୀୟ ଶିବାଛକର ଏକ ଚାଓମିନ ଦୋକାନକୁ ଚାଓମିନ ଖାଇବାକୁ ଯାଇଥିଲେ। ଦୋକାନୀ ଅନିଲ ମଲ୍ଲିକ ସୁକଦେବକୁ ଚାଓମିନ ନ ଦେଇ ଅଧଘଣ୍ଟା ଅପେକ୍ଷା କରାଇଥିଲେ। ସୁକଦେବ ଅନିଲଙ୍କୁ ଜିଦ୍‌ କରି ଚାଓମିନ ମାଗିବାରୁ ଦୋକାନୀ ଓ ସେଠାରେ ବସିଥିବା କମଳଙ୍କ ସମେତ ଅନ୍ୟ ୨ ଜଣ ସୁକଦେବଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଜାତିଆଣ ଆକ୍ଷେପ କରି ଏକ କାଠଫାଳିଆରେ ପିଟିଥିଲେ। ସୁକଦେବ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ଆସି ତାଙ୍କୁ ଉଦ୍ଧାର କରିଥିଲେ। ଖବର ପାଇ ସୁକଦେବଙ୍କ ପୁଅ ଶାନ୍ତନୁ(୧୪) ପହଞ୍ଚି ବାପାଙ୍କୁ କାହିଁକି ମାରିଲ ବୋଲି ପଚାରିଥିଲେ। ଏହାପରେ ସେମାନେ ସଙ୍ଘବଦ୍ଧ ହୋଇ ଏକ ଲୁହାରଡ୍‌ ଓ କାଠ ଫାଳିଆରେ ଶାନ୍ତନୁଙ୍କ ମୁଣ୍ଡକୁ ଶକ୍ତ ଆଘାତ ଦେଇଥିଲେ। ବାପପୁଅ ଚେତାଶୂନ୍ୟ ହୋଇପଡ଼ିଥିଲେ। ଶୁକଦେବଙ୍କ ବଡ଼ଭାଇ ସେମାନଙ୍କୁ ଉଦ୍ଧାର କରି ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ପରେ ଶାନ୍ତନୁଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲୁଥିବାବେଳେ ଗତ ରବିବାର ତାଙ୍କର ମୃତ୍ୟୁ ହୋଇଥିଲା। ଏ ସମ୍ପର୍କରେ ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ହତ୍ୟା ମାମଲା ନଂ.୩୭/୨୫ ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନେ ଫେରାର ଅଛନ୍ତି। ସେମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଥାନାଧିକାରୀ ସୂଚନା ଦେଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri