୫୫ ନଂ ଜାତୀୟ ରାଜପଥ ଅବରୋଧ

ଢେଙ୍କାନାଳ ଅଫିସ,୨୫ା୧୧: ଢେଙ୍କାନାଳ ସହର କଲେଜ ବାଇପାସ୍‌ଛକ ଠାରେ ଶୁକ୍ରବାର ସକାଳ ୮ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବିଜେଡି ପକ୍ଷରୁ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଛି। ଏଥିରେ ଢେଙ୍କାନାଳ, ଅନୁଗୋଳ ଜିଲାର ବିଜେଡି ନେତୃବୃନ୍ଦ ବହୁସଂଖ୍ୟାରେ ସାମିଲ ହୋଇଛନ୍ତି। କଟକ ଜିଲା ମଙ୍ଗୁଳିଛକଠାରୁ ଢେଙ୍କାନାଳ, ଅନୁଗୋଳ ଜିଲା ଦେଇ ସମ୍ବଲପୁର ପର୍ଯ୍ୟନ୍ତ ଯାଇଥିବା ପ୍ରମୁଖ ୫୫ ନମ୍ବର ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟରେ ମନ୍ଥରତା ଓ ଅହେତୁକ ବିଳମ୍ବ ପ୍ରତିବାଦରେ ଏହି ରାଜପଥ ଅବରୋଧ ହୋଇଛ। ଏହି ସମୟରେ କଡ଼ା ପୋଲିସ ସୁରକ୍ଷା ବଳୟରେ ରାଜପଥ ଦେଇ ଯାଉଥିବା ଉତ୍ତରାଞ୍ଚଳ ରାଜସ୍ବ କମିଶନରଙ୍କ ଗାଡ଼ିକୁ ମଧ୍ୟ ରାଜପଥ ଅବକାରୀମାନେ ଫେରାଇ ଦେଇଥିଲେ। ୫୫ ନମ୍ବର ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଆଜିକୁ ୫ ବର୍ଷ ହେବନ କରିବାରୁ ରାସ୍ତା ବିପଦସଙ୍କୁଳ ହୋଇ ପ୍ରତିଦିନ ଦୁର୍ଘଟଣା ଘଟି ବହୁ ଜୀବନ ହାନି ହେଉଛି। ବାରମ୍ବାର ଜାତୀୟ ରାଜପଥ ପ୍ରାଧିକରଣ ଓ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନାହିଁ। ବିଜେଡି ପକ୍ଷରୁ ଏହାର ପ୍ରତିବାଦରେ ରାଜପଥ ଅବରୋଧ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri