ନୟନଯୋରୀ ଅବରୋଧ, ଦୋକାନରେ ପଶିଲା ବର୍ଷାପାଣି

ବାହାନଗା,୬।୫(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକର ବିଭିନ୍ନ ଅଞ୍ଚଳରେ ରାସ୍ତାପାର୍ଶ୍ୱ ନୟନଯୋରୀ ଅବରୋଧ ହୋଇ ରହିଛି। ଫଳରେ ବର୍ଷା ହେଲେ ଜଳ ନିଷ୍କାସନ ହୋଇ ନ ପାରି ଲୋକଙ୍କ ଘର ଓ ଦୋକାନ ଭିତରକୁ ପାଣି ପ୍ରବେଶ କରୁଛି। ମଙ୍ଗଳବାର ବିଳମ୍ବିତ ରାତିରେ ବାହାନଗା ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିଲା। ନୟନଯୋରୀ ଅବରୋଧ ହୋଇଥିବାରୁ ଗୋପାଳପୁର ପଞ୍ଚାୟତ ଜୁଣିଅଁା ବଜାରରେ ବର୍ଷାପାଣି ନିଷ୍କାସନ ହୋଇ ନ ପାରି ସେଠାରେ ଥିବା ଦୋକାନରେ ପଶି ଯାଇଥିଲା। କେତେଜଣ ଦୋକାନୀ ଓ ଘର ମାଲିକ ଜଳ ନିଷ୍କାସନ ପାଇଁ ଚେଷ୍ଟା କରିବାରୁ ଗଣ୍ଡଗୋଳ ପରିସ୍ଥିତି ଉପୁଜିଥିଲା। ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜଳ ନିଷ୍କାସନ ବ୍ୟବସ୍ଥା କରାଯାଇଛି। ବାହାନଗା ତହସିଲଦାର ରାଜେନ୍ଦ୍ର ନାରାୟଣ କର ପୋଲିସ ଫୋର୍ସ ସହ ଜୁଣିଅଁା ବଜାରରେ ପହଞ୍ଚି ତଦାରଖ କରିଥିଲେ। ପରେ ତହସିଲଦାରଙ୍କ ନିର୍ଦ୍ଦେଶ କ୍ରମେ ଜେସିବିରେ ନାଳ ଖୋଳାଯାଇ ବର୍ଷାପାଣି ନିଷ୍କାସନ କରାଯାଇଥିଲା।
ଯେ, ଗୋପାଳପୁର-ଜୁଣିଅଁା ବଜାର ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟରାସ୍ତାର ଦୁଇପାର୍ଶ୍ୱରେ ନୟନଯୋରୀକୁ ପ୍ରଭାବଶାଳୀ ବ୍ୟକ୍ତିମାନେ ପୋତି ନିଜ ଜମି ସହ ମିଶାଇ ଅବରୋଧ କରି ରଖିବା ସହିତ ଗୃହ ନିର୍ମାଣ କରିଛନ୍ତି। ଫଳରେ ସାମାନ୍ୟ ବର୍ଷା ହେଲେ ମଧ୍ୟ ରାସ୍ତା ଉପରେ ବର୍ଷାଜଳ ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳୁଛି। ସେହିପରି ଗୋପାଳପୁର ମହାବିଦ୍ୟାଳୟ ଫାଟକ ପାଖ ଓ ରାସ୍ତାର ଅପରପାର୍ଶ୍ୱରେ ମଧ୍ୟ ନୟନଯୋରୀ ଅବରୋଧ ହୋଇ ରହିଛି। ଅବରୋଧ ନ ହଟାଇଲେ ଆଗାମୀ ଦିନରେ ଗୋପାଳପୁର-ଜୁଣିଅଁାର ମୁଖ୍ୟରାସ୍ତା ଉପରେ ଓ ଲୋକଙ୍କ ଘର ଭିତରେ ପାଣି ପଶି କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏଣୁ ପ୍ରଶାସନ ତୁରନ୍ତ ନୟନଯୋରୀ ଅବରୋଧ ହଟାଇବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri