୩ ଦଫା ଦାବିରେ ରାସ୍ତା ଅବରୋଧ

ନିରାକାରପୁର,୩୦ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ଥାନା ଏସ୍‌ଆଇ ସ୍ବାଗତିକା ବେହେରା ଗତ ଶନିବାର ସରକାରୀ କ୍ୱାର୍ଟର୍ସରେ ଆତ୍ମହତ୍ୟା କରିଥିଲେ। ଆଇଆଇସି ରେବତୀ ଶବର ମାନସିକ ନିର୍ଯାତନା ଦେଇଥିବାରୁ ସେ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ସୋମବାର ତାଙ୍କ ମୃତଦେହ ଜନ୍ମମାଟି ଖୋର୍ଦ୍ଧା ଜିଲା ନିରାକାରପୁରରେ ପହଞ୍ଚିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ୩ ଦଫା ଦାବିରେ ସ୍ଥାନୀୟ ଗ୍ରାମବାସୀ ଏବଂ ମୃତକଙ୍କ ସମ୍ପର୍କୀୟ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖ ନୂଆ ଜଗନ୍ନାଥ ସଡ଼କ ଉପରେ ସକାଳ ୮ଟାରୁ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ। ଫଳରେ ଉଭୟ ପଟୁ ଆସୁଥିବା ଯାନବାହନ ଅଟକି ରହିଥିଲା। ମୃତ ଏସ୍‌ଆଇ ବେହେରାଙ୍କ ଘରର ଜଣଙ୍କୁ ଚାକିରି, ଫ୍ୟାମିଲି ପେନ୍‌ସନ୍‌ ଓ ଉଚ୍ଚସ୍ତରୀୟ ଅଧିକାରୀଙ୍କୁ ତଦନ୍ତ ଭାର ଦେବା ଆଦି ଦାବି ରହିଛି। ଖବରପାଇ ଟାଙ୍ଗୀ ତହସିଲଦାର ଦାୟିତ୍ୱରେ ଥିବା ବିଡିଓ ଐଶ୍ୱର୍ଯ୍ୟା ସାମନ୍ତରାୟ, ଅତିରିକ୍ତ ତହସିଲଦାର ଶରତ କୁମାର ଦେହୁରି, ସ୍ଥାନୀୟ ଥାନା ଅଧିକାରୀ ଗୀତାଞ୍ଜଳି ନାୟକ ପ୍ରମୁଖ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନକାରୀଙ୍କ ପକ୍ଷରୁ ୩ ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ପ୍ରଦାନ କରାଯାଇଥିଲା। ଉକ୍ତ ଦାବିଗୁଡ଼ିକ ସମ୍ପର୍କରେ କନ୍ଧମାଳ ଓ ଖୋର୍ଦ୍ଧା ଏସ୍‌ପିଙ୍କ ସହ ଆଲୋଚନା କରିବା ସହ ଏକ ଲିଖିତ ପତ୍ର ପ୍ରଦାନ କରିବି ବୋଲି ବାଲୁଗଁା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ଫୋନ ମାଧ୍ୟମରେ ପ୍ରତିଶ୍ରୁତି ଦେବା ପରେ ମଧ୍ୟାହ୍ନ ୧୨ଟାରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ପରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା। ଶୋକାକୂଳ ପରିବେଶରେ ଗ୍ରାମ ଶ୍ମଶାନରେ ଏସ୍‌ଆଇ ବେହେରାଙ୍କ ମୃତଦେହ ସତ୍କାର କରାଯାଇଥିଲା।
ସୂଚନାଥାଉ କି, ଏସ୍‌ଆଇ ବେହେରା ଗତ ୯ ମାସ ତଳେ ଜି. ଉଦୟଗିରି ଥାନାରେ ଦାୟିତ୍ୱ ଗ୍ରହଣ କରିଥିଲେ। ସରକାରୀ କ୍ୱାର୍ଟର୍ସରେ ବେହରା ଏକା ରହୁଥିବା ବେଳେ ଗତ ଶନିବାର ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଖବରପାଇ ମୃତାଙ୍କ ମା’ ଉଷାରାଣୀ ବେହେରା ଓ ଦୁଇ ଭାଇ ଜି. ଉଦୟଗିରିରେ ପହଞ୍ଚିଥିଲେ। ବଡ଼ ଭାଇ ମନୋରଞ୍ଜନ ବେହେରା ତାଙ୍କ ଭଉଣୀଙ୍କ ଆତ୍ମହତ୍ୟା ପାଇଁ ଜି.ଉଦୟଗିରି ଆଇଆଇସିଙ୍କୁ ଦାୟୀ କରିଥିଲେ। ଉଷାରାଣୀଙ୍କ ଏତଲା ଅନୁଯାୟୀ ନଂ. ୧୩୦/୨୨ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri