ପାଣି ପାଇଁ ରାସ୍ତା ଅବରୋଧ

ଦିଗପହଣ୍ଡି/ପାଟପୁର, ୧୪।୬
(ଅଶେଷ ନାଥ ମିଶ୍ର/ ସୀମାଞ୍ଚଳ ସାହୁ)

ସାନଖେମୁଣ୍ଡି ବ୍ଲକ ପାଟପୁର ପଞ୍ଚାୟତ ୧ ନମ୍ବର ୱାର୍ଡର ବହୁ ସଂଖ୍ୟକ ମହିଳା ପିଇବା ପାଣି ପାଇଁ ଆନ୍ଦୋଳନ କରିଛନ୍ତି। ମଙ୍ଗଳବାର ସକାଳେ ସେମାନେ ୩୨୬ନଂ ଜାତୀୟ ରାଜପଥର ଆସିକା- ଦିଗପହଣ୍ଡି ମୁଖ୍ୟରାସ୍ତାକୁ ପାଟପୁର ଗାନ୍ଧୀଛକ ଠାରେ ଅବରୋଧ କରିଥିଲେ।
ପାଟପୁର ଗ୍ରାମ ପଞ୍ଚାୟତର ୧ ନମ୍ବର ୱାର୍ଡ ବାସିନ୍ଦା ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ପାନୀୟ ଜଳ ଯୋଗାଣ ନିମନ୍ତେ ବାରମ୍ବାର ଅଭିଯୋଗ କରିଥିଲେ କିନ୍ତୁ ପାଣି ମିଳି ନ ଥିଲା । ଚୁଙ୍ଗପୁର ପଞ୍ଚାୟତ ଜଲମରା ଗ୍ରାମରୁ ପାଣି ଆସି ପାଟପୁରରେ ନିର୍ମାଣ ହୋଇଥିବା ଟାଙ୍କିରୁ ପାଟପୁର ଗ୍ରାମକୁ ପାନୀୟ ଜଳ ପ୍ରକଳ୍ପରୁ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ଆଜକୁ ୩ ବର୍ଷ ବିତିଯାଇଥିଲେ ସୁଦ୍ଧା ପାଟପୁର ୧ ନମ୍ବର ୱାର୍ଡକୁ ପାଣି ମିଳି ପାରିନାହିଁ ।
ଏ ନେଇ ବାରମ୍ବାର ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କ ପାଖରେ ଅଭିଯୋଗ କରାଯାଇଥିଲା ବେଳେ ଯଥାଶୀଘ୍ର ପାଣି ଯୋଗାଇ ଦିଆଯିବ ବୋଲି କହି ମିଥ୍ୟା ପ୍ରତିଶୃତି ଦେଇଛନ୍ତି ବୋଲି ଆନ୍ଦୋଳନ ସ୍ଥଳରେ ମହିଳାମାନେ ଅଭିଯୋଗ କରିଥିଲେ। ଏନେଇ ସରପଞ୍ଚ ପ୍ରତିନିଧି ମୁକୁନ୍ଦ ବରାଡ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଥିଲେ ମଧ୍ୟ କୌଣସି ସୁଫଳ ମିଳି ନଥିଲା। ପାଣି ସମସ୍ୟାର ସମାଧାନ ଦାବି କରି ଉତ୍ତେଜିତ ମହିଳା ମାନେ ଆସିକା-ଦିଗପହଣ୍ଡି ମୁଖ୍ୟ ରାସ୍ତା ପାଟପୁର ଗନ୍ଧିଛକ ନିକଟରେ ରାସ୍ତା ଅବରୋଧ କରିଥିଲେ। ସେମାନେ ସକାଳୁ ହାଣ୍ଡି ଓ ମାଠିଆ ଆଦି ରାସ୍ତା ରେ ରଖି ଦୀର୍ଘ ସମୟ ପର୍ଯ୍ୟନ୍ତ ଅବରୋଧ କରିବା ଯୋଗୁଁ ଅନେକ ଗାଡ଼ି ମୋଟର ରାସ୍ତାରେ ଅଟକି ରହିଥିଲା। ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଖବରପାଇ ପାଟପୁର ଥାନା ଏସ ଆଇ ମିଲନ ପ୍ରଧାନ, ଶ୍ରୀନିବାସ ଦାସ, ପାଟପୁର ସରପଞ୍ଚ ପ୍ରତିନିଧି ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଅବରୋଧ କରିଥିବା ମହିଳାମାନଙ୍କ ସହ ଆଲୋଚନା କରିଥିଲେ। ଆସନ୍ତା ୧୫ ଦିନ ସୁଦ୍ଧା ପାନୀୟ ଜଳ ୱାର୍ଡ ବାସିନ୍ଦା ଙ୍କୁ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବାପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri