କେନାଲ ଅବରୋଧ କରି ଗାର୍ଡୱାଲ ନିର୍ମାଣ

ନିିଶ୍ଚିନ୍ତକୋଇଲି,୫।୪(ଅଶୋକ କୁମାର ମହାପାତ୍ର): ଠିକାଦାର ରାସ୍ତା ନିର୍ମାଣ ନିମନ୍ତେ ଦୀର୍ଘ ବର୍ଷର ଏକ କେନାଲକୁ ପୋତି ଦେଇଥିବାର ଚାଷୀମହଲରେ ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ଚଳିତ ବର୍ଷ ଚାଷ ଜମିରେ ଜଳସେଚନ ନିମନ୍ତେ ନାହିଁ ନଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି। ନିଶ୍ଚିନ୍ତକୋଇଲି ଗ୍ରାମ୍ୟଉନ୍ନୟନ ଓ କେନ୍ଦୁପାଟଣା ଜଳସମ୍ପଦ ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ଏପରି ଅସୁବିଧା ହୋଇଥିବା ଚର୍ଚ୍ଚା ହେଉଛି।
ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ବୁଢୀ ଜାଗୁଳାଇ ଠାକୁରାଣୀ ମନ୍ଦିର ଠାରୁ ମନ୍ଦିର ମହାଜନପୁର(ବାହାବଳପୁର ଛକ) ପର୍ଯ୍ୟନ୍ତ ୬ କିମି ଗାଡଓ୍ବାଲ ରାସ୍ତା ନିର୍ମାଣ ନିମନ୍ତେ ସରକାର ୪କୋଟି ୬୦ ଲକ୍ଷ ୪୦ହଜାର ଟଙ୍କା ଅର୍ଥ ମଞ୍ଜୁର କରିଛନ୍ତି। ଟେଣ୍ଡର ମାଧ୍ୟମରେ ଠିକାଦାର ଚୟନ କରାଯାଇଛି। ମାହାଙ୍ଗା ବିଧାୟକ ପ୍ରତାପ ଜେନା ଗତ ମାର୍ଚ୍ଚ ୪ରେ ଏହି ରାସ୍ତାର ଶିଳାନ୍ୟାସ କରିଥିଲେ। ରାସ୍ତା ନିର୍ମାଣ ଦାୟିତ୍ୱ ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ କରୁଥିଲା। ନିର୍ମାଣାଧୀନ ରାସ୍ତାଟି ୮ ବି କେନାଲ ପାର୍ଶ୍ୱରେ ଅବସ୍ଥିତ। ଏହି କେନାଲଟି ଉପରେ ଦୀର୍ଘ ବର୍ଷ ହେଲା ଜଳସେଚନ ନିମନ୍ତେ ସ୍ଥାନୀୟ ନିଶ୍ଚିନ୍ତକୋଇଲି , ନତକାଇ ଓ ଜିଗ୍ନିପୁର ପଞ୍ଚାୟତର ବହୁ ଚାଷୀ ନିର୍ଭରଶୀଳ। ଗତ କିଛି ବର୍ଷ ହେଲା ଏହି କେନାଲକୁ ଜଳସମ୍ପଦ ବିଭାଗର ଜ୍ଞାତସାରରେ କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଜବରଦଖଲ କରି ସ୍ଥାୟୀ ଗୃହ ନିର୍ମାଣ କରିଥିଲେ। ତେବେ ଅବଶିଷ୍ଟ ଅଞ୍ଚଳର ଲୋକେ ଜଳସେଚନ ସୁବିଧା ପାଇପାରିଥିଲେ। ଏହି କେନାଲ ନିର୍ମାଣ ନିମନ୍ତେ ସରକାର ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ। ମାତ୍ର କେନ୍ଦୁପାଟଣା ଜଳସମ୍ପଦ ବିଭାଗଠାରୁ ଅନୁମତି ନ ନେଇ ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏଠାରେ ମନମୁଖିଭାବେ ରାସ୍ତା ନିର୍ମାଣ କରାଯାଉଛି। ଏପରିକି ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ କେନାଲକୁ ସମ୍ପୂର୍ଣ୍ଣଭାବେ ପୋତି ଦିଆଯାଇଥିବା ନେଇ ଚାଷୀ ମହଲରେ ଅଭିଯୋଗ ହୋଇଛି। ଏସମ୍ପର୍କରେ ଚାଷୀମାନେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ଏଥିପ୍ରତି କେହିହେଲେ କର୍ଣ୍ଣପାତ କରୁ ନଥିବାର ସେମାନେ କହିଛନ୍ତି। ଫଳରେ ଆଗାମୀ ଦିନରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଏକର ଚାଷ ଜମି ଜଳସେଚନରୁ ବଞ୍ଚତ୍ତ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି। ଜଳ ସମ୍ପଦ ବିଭାଗ ତରଫରୁ ତୁରନ୍ତ ଏଦିଗରେ ପଦକ୍ଷେପ ଗ୍ରହଣ କରାନଗଲେ ଆଗାମୀ ଦିନରେ ଏଠାରେ ଚାଷୀ ଆନ୍ଦୋଳନକୁ ଏଡାଇ ଦିଆଯାଇନପାରେ ବୋଲି ସାଧାରଣରେ ମତପ୍ରକାଶ ପାଇଛି। ଏ ସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ଉର୍ମି ପ୍ରିୟଦର୍ଶିନୀ ଦାସ କୁହନ୍ତି କେନାଲ ବନ୍ଧ ହୋଇଥିବାରୁ ରାସ୍ତାର ସ୍ଥାୟିତ୍ୱ ପାଇଁ ଗାର୍ଡୱାଲ ନିର୍ମାଣ କରାଯାଇଛି। ଏନେଇ ଜଳସେଚନ ବିଭାଗ ସହ ବିଚାର ବମର୍ଷ ଚାଲିଛି। ଖୁବ୍‌ଶୀଘ୍ର ଏହାର ସମାଧାନ କରାଯାଇ କାର୍ଯ୍ୟ ତ୍ୱରାନ୍ବିତ କରାଯିବ। ଏନେଇ ଜଳସମ୍ପଦ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଅକ୍ଷୟ ମଲିକଙ୍କୁ ମୋବାଇଲ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ
କଲ ଉଠାଇ ନଥିଲେ। ସୂଚନାଯୋଗ୍ୟ, କେବଳ ଏହି ରାସ୍ତା ନୁହେଁ ବ୍ଲକର ବହୁ କେନାଲ ବନ୍ଧ ରାସ୍ତାକୁ ଗାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ମନମୁଖି ଭାବେ କେନାଲ ପୋତି ରାସ୍ତା ନିର୍ମାଣ କରାଯାଉଥିବା ଅଭିଯୋଗ ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri