୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ ପୂର୍ବତନ ବିଧାୟକ ଆୟୁବ ଖାଁଙ୍କ ପ୍ରଚେଷ୍ଟାରେ ହୋଇଥିଲା। ଏହି ରକ୍ତଭଣ୍ଡାର ୪୦ କିଲୋମିଟର ବ୍ୟାସାର୍ଦ୍ଧ ମଧ୍ୟରେ ଥିବା ଲୋକେ ଉପକୃତ ହେଉଥିଲେ। ହେଲେ ଗତ ୩ ମାସରୁ ଊର୍ଦ୍ଧ୍ୱ ହେବ ରକ୍ତଭଣ୍ଡାର ଅଚଳ ହୋଇ ପଡ଼ିଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଡାକ୍ତରଖାନାର ରକ୍ତଭଣ୍ଡାର ୟୁନିଟ୍‌ ଏକ ଗୁରୁତ୍ୱ ପୂର୍ଣ୍ଣ ହୋଇଥିଲେ ମଧ୍ୟ କାର୍ଯ୍ୟରତ ମେଡିକାଲ ଅଫିସର କିମ୍ବା ରୋଗୀ କଲ୍ୟାଣ ସମିତିର ଅଧ୍ୟକ୍ଷ ରକ୍ତ ଭଣ୍ଡାର ପ୍ରତି ନଜର ଦେଉନାହାନ୍ତି। ଯଦ୍ୱାରା ରକ୍ତଭଣ୍ଡାର ମାସ ମାସ ଧରି ବନ୍ଦ ପଡ଼ିରହିଛି। ଏକ ବିଶ୍ୱସ୍ତ ସୂତ୍ରରୁ ମିଳୁଥିବା ସୂଚନା ଅନୁସାରେ ରକ୍ତଭଣ୍ଡାରର ଲାଇସେନ୍ସ ନବୀକରଣ କରା ଯାଇ ନ ଥିବାରୁ ରକ୍ତଭଣ୍ଡାର ବନ୍ଦ ହୋଇ ପଡ଼ିଥିବା କୁହାଯାଉଛି। ଏହି ନବୀକରଣ ନ ହେବାରେ ପଛରେ କାହାର ସ୍ବାର୍ଥ ରହିଛି ବୋଲି ବୁଦ୍ଧିଜୀବୀ ମହଲରେ ଏବେ ଆଲୋଚନା ହେଉଛି। ରକ୍ତଭଣ୍ଡାର ବନ୍ଦରୁ ରୋଗୀ ହସ୍ତତନ୍ତ ହେଉଥିବା ଯୋଗୁ ତୁରନ୍ତ ରକ୍ତଭଣ୍ଡାର ଖୋଲିବାକୁ ଦାବି କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri