୨୫ ହଜାର ୟୁନିଟ୍‌ ରକ୍ତ ସଂଗ୍ରହ କରିବ ବିଜୁ ଯୁବଛାତ୍ର ଜନତା ଦଳ

ଭୁବନେଶ୍ୱର,୨।୭(ବ୍ୟୁରୋ): ଆସନ୍ତା ଡିସେମ୍ବର ୨୬ରେ ବିଜୁ ଜନତା ଦଳର ୨୫ତମ ପ୍ରତିଷ୍ଠା ଦିବସ ପାଳନ ହେବ। ଏହା ପୂର୍ବରୁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଜୀବନବିନ୍ଦୁ ରକ୍ତଦାନ ଶିବିର ମାଧ୍ୟମରେ ୨୫,୦୦୦ ୟୁନିଟ୍‌ ରକ୍ତ ସଂଗ୍ରହ କରାଯିବ। ଏ ନେଇ ଶୁକ୍ରବାର ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଭର୍ଚୁଆଲ ପ୍ଲାଟ୍‌ଫର୍ମ ଜରିଆରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ଏହି ବୈଠକରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ରକ୍ତଦାନ ସହ ରାଜ୍ୟର ପଞ୍ଚାୟତ ତଥା ମ୍ୟୁନିସିପାଲିଟି, ଏନ୍‌ଏସିର ପ୍ରତ୍ୟେକ ଓ୍ବାର୍ଡରେ ୨୫ଟି ଲେଖାଏ ବୃକ୍ଷରୋପଣ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହି ବୈଠକରେ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବଛାତ୍ର ବ୍ୟାପାର) ତଥା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଯୋଗଦେଇ ପଞ୍ଚାୟତ ଏବଂ ପୌର ନିର୍ବାଚନ ସଫଳତା ପାଇଁ ସମସ୍ତ ଯୁବ ଛାତ୍ରଙ୍କ କାର୍ଯ୍ୟକୁ ପ୍ରଶଂସା କରିବା ସହ ଆଗାମୀ ଦିନରେ ବିଜେଡିର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସଭାପତିଙ୍କ ମାର୍ଗଦର୍ଶନରେ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ନିଆଯାଇଥିବା ସମସ୍ତ ସାମାଜିକ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଆହ୍ବାନ ଦେଇଛନ୍ତି। ବୈଠକରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ତଥା ବିଧାୟକ ବ୍ୟୋମକେଶ ରାୟ ସଭାପତିତ୍ୱ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri