୨୫ ହଜାର ୟୁନିଟ୍‌ ରକ୍ତ ସଂଗ୍ରହ କରିବ ବିଜୁ ଯୁବଛାତ୍ର ଜନତା ଦଳ

ଭୁବନେଶ୍ୱର,୨।୭(ବ୍ୟୁରୋ): ଆସନ୍ତା ଡିସେମ୍ବର ୨୬ରେ ବିଜୁ ଜନତା ଦଳର ୨୫ତମ ପ୍ରତିଷ୍ଠା ଦିବସ ପାଳନ ହେବ। ଏହା ପୂର୍ବରୁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଜୀବନବିନ୍ଦୁ ରକ୍ତଦାନ ଶିବିର ମାଧ୍ୟମରେ ୨୫,୦୦୦ ୟୁନିଟ୍‌ ରକ୍ତ ସଂଗ୍ରହ କରାଯିବ। ଏ ନେଇ ଶୁକ୍ରବାର ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଭର୍ଚୁଆଲ ପ୍ଲାଟ୍‌ଫର୍ମ ଜରିଆରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ଏହି ବୈଠକରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ରକ୍ତଦାନ ସହ ରାଜ୍ୟର ପଞ୍ଚାୟତ ତଥା ମ୍ୟୁନିସିପାଲିଟି, ଏନ୍‌ଏସିର ପ୍ରତ୍ୟେକ ଓ୍ବାର୍ଡରେ ୨୫ଟି ଲେଖାଏ ବୃକ୍ଷରୋପଣ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହି ବୈଠକରେ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବଛାତ୍ର ବ୍ୟାପାର) ତଥା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଯୋଗଦେଇ ପଞ୍ଚାୟତ ଏବଂ ପୌର ନିର୍ବାଚନ ସଫଳତା ପାଇଁ ସମସ୍ତ ଯୁବ ଛାତ୍ରଙ୍କ କାର୍ଯ୍ୟକୁ ପ୍ରଶଂସା କରିବା ସହ ଆଗାମୀ ଦିନରେ ବିଜେଡିର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସଭାପତିଙ୍କ ମାର୍ଗଦର୍ଶନରେ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ନିଆଯାଇଥିବା ସମସ୍ତ ସାମାଜିକ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଆହ୍ବାନ ଦେଇଛନ୍ତି। ବୈଠକରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ତଥା ବିଧାୟକ ବ୍ୟୋମକେଶ ରାୟ ସଭାପତିତ୍ୱ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri