ରକ୍ତ ଦାନ, ମହତ୍‌ କାମ: ମେଗା ରକ୍ତଦାନ ଶିବିର ଉଦଘାଟିତ

ଦାରିଙ୍ଗବାଡି, ୨୫।୬ (ଅରୁଣ ସାହୁ):ରକ୍ତ ଦାନ, ମହତ୍‌ କାମ। ଜଣେ ରକ୍ତଦାନ କଲେ କେବଳ ତାଙ୍କ ସ୍ବାସ୍ଥ୍ୟର ଉନ୍ନତି ହେବନି, ଅନ୍ୟ ଜଣେ ସେହି ରକ୍ତ ପାଇ ଜୀବନ ବଞ୍ଚାଇପାରିବ। କନ୍ଧମାଳ ଜିଲା ଦାରିଙ୍ଗବାଡି ଏସବିଆଇର ପକ୍ଷରୁ ବୁଧବାର ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର ମଧ୍ୟରେ ମେଗା ରକ୍ତଦାନ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ, ଏସବିଆଇର ଫୁଲବାଣୀ ଆଞ୍ଚଳିକ କାର୍ଯ୍ୟାଳୟର ପରିଚାଳକ ପ୍ରକାଶଗ୍ରହ ଆଚାର୍ଯ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ପ୍ରକାଶ ଯେ, ଦାରିଙ୍ଗବାଡି ଏସବିଆଇ ଶାଖା ପକ୍ଷରୁ ପ୍ରଥମଥର ପାଇଁ ଅଞ୍ଚଳବାସୀଙ୍କୁ ସଚେତନ କରାଇବା ଓ ରକ୍ତଦାନ ଭଳି ମହତ୍‌ କାର୍ଯ୍ୟ କରିବାକୁ ଏହି ଶିବିରର ଆୟୋଜନ କରାଯାଇଥିଲା। ଏଥିରେ ଅଞ୍ଚଳର ଏସବିଆଇ ଉପଭୋକ୍ତାଙ୍କ ସମେତ ବ୍ୟବସାୟୀ, ଅନେକ ଯୁବପିଢ଼ି ରକ୍ତଦାନ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ଯେଉଁମାନେ ଏହି ଶିବିରରେ ରକ୍ତଦାନ କରୁଛନ୍ତି ସେମାନଙ୍କୁ ଏସବିଆଇ ଶାଖା ପକ୍ଷରୁ ପ୍ରମାଣପତ୍ର ବଣ୍ଟନ କରାଯାଇଛି। ଖବର ଲେଖାହେବା ସୁଦ୍ଧା ୫ ଜଣ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିବା କୁହାଯାଇଛି। ଆହୁରି ପଞ୍ଜିକୃତ କରାଯାଉଥିବା ଶାଖା ପକ୍ଷରୁ କୁହାଯାଇଛି। କାର୍ଯ୍ୟକ୍ରମକୁ ଏସବିଆଇ ଶାଖା ପରିଚାଳକ ବ୍ରଜକିଶୋର ପାଢ଼ୀ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ତାଙ୍କୁ ସହଯୋଗ କରିଛନ୍ତି ଏଚଆର ପ୍ରଦୀପ କୁମାର ବେହେରା, ଅବିନାଶ ସାହୁ ଏବଂ ସବୁଜ ବୈଦ୍ୟ ସଂଗଠନ (କନ୍ଧମାଳ)ର କର୍ମକର୍ତ୍ତା ବୋଲି କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri