ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରିବା ପାଇଁ ଶନିବାର  ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଏନଏସି କାର୍ଯ୍ଯାଳୟରେ ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ବୈଠକରେ ଆସନ୍ତା ୧୩ ତାରିଖ  ସକାଳ ୯ ଟା ରେ ଏନଏସି ସମ୍ମିଳନୀ କକ୍ଷରେ ଶିବିର ଆୟୋଜନ କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆ ଯାଇଥିଲା। ଖେମୁଣ୍ଡି ସ୍ବେଚ୍ଛାକୃତ ରକ୍ତଦାତା ସଂଘ ଓ ପ୍ରଦୀପଙ୍କ ପରିବାର ବର୍ଗଙ୍କ ମିଳିତ ଉଦ୍ଯମରେ ଶିବିର ଆୟୋଜନ ହେବାକୁ ଥିବା ବେଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାର ଦ୍ୱାରା ଶିବିର ପରିଚାଳନା କରାଯିବ। ସେହିଭଳି ଦିଗପହଣ୍ଡି ଏନଏସି ପ୍ରଶାସନ ରକ୍ତଦାନ ଶିବିରର ସଫଳ ପରିଚାଳନା ଦିଗରେ ସହଯୋଗ ଯୋଗାଇ ଦେବାକୁ ସମ୍ମତି ପ୍ରଦାନ କରିଥିବା ଜଣାପଡିଛି। ଅନୁଷ୍ଠିତ ଏହି ବୈଠକରେ ରକ୍ତଦାତା ସଂଘ ସଭାପତି ଭି. ଧର୍ମ ରାଜୁ, ସମ୍ପାଦକ ହରପ୍ରସାଦ ରଥ, ପ୍ରାକ୍ତନ ସଭାପତି ତପନ କୁମାର ମିଶ୍ର, ଏନଏସି ଉପାଧ୍ୟକ୍ଷା ଙ୍କ ପ୍ରତିନିଧି କେ. କୁନା, ସାମାଜିକ କର୍ମୀ ଭି. ଶ୍ୟାମ ସୁନ୍ଦର ରାଜୁ, ବସନ୍ତ କୁମାର ପଟ୍ଟନାୟକ, ଶ୍ରୀଧର ମେକାପ, ଆଇନଜୀବୀ ମନୋରଞ୍ଜନ ପଣ୍ଡା, କାଉନସିଲର ସୁଶାନ୍ତ କୁମାର ପାତ୍ର, ନୀଳମାଧବ ଗୌଡ଼, ସୁନିଲ କୁମାର ପଣ୍ଡା  ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଲା ପ୍ରଥମ ଆଡ଼ପ ଅବଢ଼ା: ଶ୍ରଦ୍ଧାଳୁ ଆନନ୍ଦିତ

ପୁରୀ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଛି ପ୍ରଥମ ଆଡ଼ପ ଅବଢ଼ା। ଶହଶହ ଶ୍ରଦ୍ଧାଳୁ ଆଡ଼ପ ଅବଢ଼ା ପାଇ ଆନନ୍ଦିତ ହୋଇଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ…

FIFA World Cup 2026: ସମସ୍ତେ ଟ୍ରଫି ଦେଖିଛନ୍ତି… କିନ୍ତୁ ଏବେ FIFA ଚାମ୍ପିୟଙ୍କୁ ଦିଆଯିବ ଏକ ସ୍ବତନ୍ତ୍ର ‘Ring’, ଯାହାର ମୂଲ୍ୟ…

ନ୍ୟୁୟର୍କ,୧୯।୭: ମାତ୍ର କିଛି ଘଣ୍ଟା ମଧ୍ୟରେ, ଫୁଟବଲ ତାର ପରବର୍ତ୍ତୀ ବିଶ୍ୱ ବିଜେତାଙ୍କୁ ମୁକୁଟ ପିନ୍ଧାଇବ। ୧୯ ଜୁଲାଇ ବିଳମ୍ବିତ ରାତିରେ ଆର୍ଜେଣ୍ଟିନା ଏବଂ ସ୍ପେନ ମଧ୍ୟରେ…

ଉଦ୍‌ଘାଟନ ପୂର୍ବରୁ ଚକରାଘାଟିରେ ପର୍ଯ୍ୟଟକଙ୍କ ଭିଡ଼, ଏବେଠୁ ସୁରକ୍ଷା ଚିନ୍ତା, ନଚେତ୍‌…

ଭଞ୍ଜନଗର,୧୯ା୭(ବାବୁଲା ପ୍ରଧାନ): ଘୁମୁସର ମାଟିରେ ଭଞ୍ଜ ରାଜବଂଶର ଯାହା କିଛି ସ୍ମୃତି ଅଛି ସେଥିମଧ୍ୟରୁ ଚକରାଘାଟି ଅନ୍ୟତମ। ଉକ୍ତ ଘଞ୍ଚ ଜଙ୍ଗଲ ଘାଟିରେ ଘୁମୁସର ବୀର ଚକରା…

୭ ଜିଲାକୁ ପ୍ରବଳ ବର୍ଷା: ସତର୍କ କରାଇ ପାଣିପାଗ ବିଭାଗ କହିଲା ଏହି ସମୟରେ…

ଭୁବନେଶ୍ୱର,୧୯ା୭: ରବିବାର ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ରାଜ୍ୟ…

ଟ୍ରମ୍ପଙ୍କ ଶୁଳ୍କ ଦ୍ୱାରା କିଏ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିଲେ? IMFର ଆଶ୍ଚର୍ଯ୍ୟଜନକ ରିସର୍ଚ୍ଚ ଆସିଲା ସାମ୍ନାକୁ

ଓ୍ବାଶିଂଟନ,୧୯।୭: ଅର୍ଥନୀତିଜ୍ଞ ଏବଂ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF)ର ପୂର୍ବତନ ଉପ-ପରିଚାଳନା ନିର୍ଦ୍ଦେଶକ ଗୀତା ଗୋପୀନାଥ କହିଛନ୍ତି ଯେ ଆମେରିକାର ଶୁଳ୍କର ପରିଣାମ ଆମେରିକୀୟ ଗ୍ରାହକମାନଙ୍କ ପାଇଁ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ସୋମବାର ସମସ୍ତ ସ୍କୁଲ ଛୁଟି

ଥିରୁଭାନନ୍ତପୁରମ,୧୯ା୭: ରବିବାର ଫିଫା ବିଶ୍ବକପର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି । ଏହାକୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରି ରହିଥିବା ବେଳେ କେରଳ ସରକାର…

ଘରକୁ ଫେରିବାବେଳେ ହାତୀ ହାବୁଡ଼ରେ ପଡ଼ିଗଲେ, ଶୁଣ୍ଢରେ ଟେକି ବିଲରେ କଚାଡ଼ିଲା, ଆଉ ତା’ ପରେ…

କେନ୍ଦୁଝର,୧୯ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଭୂୟାଁ ଜୁଆଙ୍ଗପିଢ଼ ରେଞ୍ଜ ତଳରଢ଼ୁଆଁ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ଉକ୍ତ ଅଞ୍ଚଳରେ…

Fifa World Cup Trophyରେ କେତେ ସୁନା ରହିଛି? ଓଜନ ଶୁଣିଲେ….

ନୂଆଦିଲ୍ଲୀ,୧୯।୭: ୨୦୨୬ ଫିଫା ବିଶ୍ୱକପର ଫାଇନାଲ ମ୍ୟାଚ୍ ରବିବାର ନ୍ୟୁୟର୍କର ନ୍ୟୁ ଜର୍ସି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ବିଳମ୍ବିତ ରାତି ୧୨ଟା୩୦ ମିନିଟରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri