ବେଦାନ୍ତ ଆଲୁମିନିୟମ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର,୨୭।୩: ଦେଶର ପ୍ରମୁଖ ମେଟାଲର୍ଜିକାଲ ଗ୍ରେଡର ଆଲୁମିନାର ଉପତ୍ାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ବିଶେଷକରି କମ୍ପାନୀର ଓଡ଼ିଶା ୟୁନିଟ ଲାଞ୍ଜିଗଡ ଏବଂ କଳାହାଣ୍ଡି ଜିଲା ଓଡ଼ିଶା ବ୍ଲଡ ସେଣ୍ଟରର ମିଳିତ ସହଯୋଗରେ ଉକ୍ତ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର କର୍ମଚାରୀ, କର୍ମଚାରୀଙ୍କ ପରିବାର ସଦସ୍ୟ ଓ କମ୍ପାନୀର ବ୍ୟବସାୟିକ ସହଯୋଗୀମାନେ ଉକ୍ତ ଶିବିରରେ ଯୋଗଦେଇ ସ୍ବେଚ୍ଛାକୃତ ରକ୍ତଦାନ କରିଥିଲେ। ଏପରିକି ଉକ୍ତ ଶିବିର ଜରିଆରେ ୨୦୦ ୟୁନିଟରୁ ଅଧିକ ରକ୍ତ ସଂଗୃହୀତ ହୋଇଥିଲା।

ଉଲ୍ଲେଖଯୋଗ୍ୟ ଯେ ଚଳିତ ଆର୍ଥିକ ବର୍ଷ ମଧ୍ୟରେ ବେଦାନ୍ତ ଆଲୁମିନିୟମ ୫୦୦ ୟୁନିଟରୁ ଅଧିକ ରକ୍ତ ସଂଗ୍ରହ କରିଥିବା ଜଣାପଡିଛି।
ଏ ସମ୍ପର୍କରେ ବେଦାନ୍ତ ଲିମିଟେଡର ସିଇଓ (ଆଲୁମିନା ବିଜ୍‌ନେସ) ଜି.ଜି.ପାଲ୍‌ କହିଛନ୍ତି, ଏଭଳି ଏକ ଶିବିରର ଆୟୋଜନ କରି ଆମେ ବେଶ ଉତ୍ସାହିତ ଅଛୁ। ବିଶେଷ କରି ରକ୍ତଦାନ ହେଉଛି ଏକ ମହତ ଦାନ, ଯାହା ଜୀବନ ରକ୍ଷା ଲାଗି ମହତ୍ତ୍ୱପୂର୍ଣ୍ଣ । ଉକ୍ତ ପ୍ରୟାସରେ ଆମେ ସର୍ବଦା ଅଂଶଗ୍ରହଣ କରି ଖୁସି ଅନୁଭବ କରିଥାଉ। ଉକ୍ତ ଶିବିରକୁ ସଫଳ କରିବା ପାଇଁ ଆମର କର୍ମଚାରୀ ଓ ସେମାନଙ୍କ ପରିବାର ଏବଂ ବ୍ୟବସାୟୀ ସହଭାଗୀ ଆଗେଇ ଆସିଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଉଛି। ସେହିଭଳି ସ୍ଥାନୀୟ ଗୋଷ୍ଠୀର ସ୍ବାସ୍ଥ୍ୟ ସେବା ଓ ସେମାନଙ୍କ ସର୍ବବିଧ କଲ୍ୟାଣ ପାଇଁ ଆମେ ସର୍ବଦା ନିଜର ହସ୍ତକ୍ଷେପକୁ ଜାରି ରଖିବୁ ବୋଲି ପାଲ୍‌ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri