ବେଦାନ୍ତ ଆଲୁମିନିୟମ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର,୨୭।୩: ଦେଶର ପ୍ରମୁଖ ମେଟାଲର୍ଜିକାଲ ଗ୍ରେଡର ଆଲୁମିନାର ଉପତ୍ାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ବିଶେଷକରି କମ୍ପାନୀର ଓଡ଼ିଶା ୟୁନିଟ ଲାଞ୍ଜିଗଡ ଏବଂ କଳାହାଣ୍ଡି ଜିଲା ଓଡ଼ିଶା ବ୍ଲଡ ସେଣ୍ଟରର ମିଳିତ ସହଯୋଗରେ ଉକ୍ତ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର କର୍ମଚାରୀ, କର୍ମଚାରୀଙ୍କ ପରିବାର ସଦସ୍ୟ ଓ କମ୍ପାନୀର ବ୍ୟବସାୟିକ ସହଯୋଗୀମାନେ ଉକ୍ତ ଶିବିରରେ ଯୋଗଦେଇ ସ୍ବେଚ୍ଛାକୃତ ରକ୍ତଦାନ କରିଥିଲେ। ଏପରିକି ଉକ୍ତ ଶିବିର ଜରିଆରେ ୨୦୦ ୟୁନିଟରୁ ଅଧିକ ରକ୍ତ ସଂଗୃହୀତ ହୋଇଥିଲା।

ଉଲ୍ଲେଖଯୋଗ୍ୟ ଯେ ଚଳିତ ଆର୍ଥିକ ବର୍ଷ ମଧ୍ୟରେ ବେଦାନ୍ତ ଆଲୁମିନିୟମ ୫୦୦ ୟୁନିଟରୁ ଅଧିକ ରକ୍ତ ସଂଗ୍ରହ କରିଥିବା ଜଣାପଡିଛି।
ଏ ସମ୍ପର୍କରେ ବେଦାନ୍ତ ଲିମିଟେଡର ସିଇଓ (ଆଲୁମିନା ବିଜ୍‌ନେସ) ଜି.ଜି.ପାଲ୍‌ କହିଛନ୍ତି, ଏଭଳି ଏକ ଶିବିରର ଆୟୋଜନ କରି ଆମେ ବେଶ ଉତ୍ସାହିତ ଅଛୁ। ବିଶେଷ କରି ରକ୍ତଦାନ ହେଉଛି ଏକ ମହତ ଦାନ, ଯାହା ଜୀବନ ରକ୍ଷା ଲାଗି ମହତ୍ତ୍ୱପୂର୍ଣ୍ଣ । ଉକ୍ତ ପ୍ରୟାସରେ ଆମେ ସର୍ବଦା ଅଂଶଗ୍ରହଣ କରି ଖୁସି ଅନୁଭବ କରିଥାଉ। ଉକ୍ତ ଶିବିରକୁ ସଫଳ କରିବା ପାଇଁ ଆମର କର୍ମଚାରୀ ଓ ସେମାନଙ୍କ ପରିବାର ଏବଂ ବ୍ୟବସାୟୀ ସହଭାଗୀ ଆଗେଇ ଆସିଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଉଛି। ସେହିଭଳି ସ୍ଥାନୀୟ ଗୋଷ୍ଠୀର ସ୍ବାସ୍ଥ୍ୟ ସେବା ଓ ସେମାନଙ୍କ ସର୍ବବିଧ କଲ୍ୟାଣ ପାଇଁ ଆମେ ସର୍ବଦା ନିଜର ହସ୍ତକ୍ଷେପକୁ ଜାରି ରଖିବୁ ବୋଲି ପାଲ୍‌ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri