ଦାଦୀ ରତ୍ନ ମୋହିନୀ ଜୀଙ୍କ ସ୍ମୃତିରେ ରକ୍ତଦାନ ଶିବିର

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟର ପୂର୍ବତନ ମୁଖ୍ୟ ପ୍ରଶାସିକା ରାଜଯୋଗିନୀ ଦାଦୀ ରତ୍ନ ମୋହିନୀ ଜୀଙ୍କ ତ୍ରୟୋଦଶ ଦିବସ ପାଳନ ଅବସରରେ ଶାନ୍ତି ସ୍ରୋତ ଭବନ, ନୀଳାଦ୍ରି ବିହାର ଭଞ୍ଜନଗରଠାରେ ରବିବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଡ଼ଃ ସତୀଶ ମୋହନ ପାଢୀ ଯୋଗଦେଇ ରକ୍ତଦାନ ଶିବିରକୁ ଉଦ୍‌ଘାଟନ କରିବା ସହିତ ଦାଦୀଜୀଙ୍କ ଫଟୋରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ବର୍ତ୍ତମାନ ପରିସ୍ଥିତିରେ ରକ୍ତର ଆବଶ୍ୟକତା ବୃଦ୍ଧି ପାଇଛି। ଏଣୁ ଆମେ ସମସ୍ତେ ’ରକ୍ତଦାନ ମହତ ଦାନ’ ଭଳି କାର୍ଯ୍ୟରେ ନିଜକୁ ସାମିଲ କରିବା ଉଚିତ ବୋଲି ଡ ପାଢ଼ୀ କହିଥିଲେ।

କାର୍ଯ୍ୟକ୍ରମରେ ଭଞ୍ଜନଗର ବ୍ଲଡ ବ୍ୟାଙ୍କ ର କର୍ମଚାରୀ ବିପିନ କୁମାର ପାଣିଗ୍ରାହୀ, ଲକ୍ଷ୍ମୀ ନୃସିଂହ ମାଝି, ଇତିଶ୍ରୀ ତ୍ରିପାଠୀ,ସିମାଞ୍ଚଳ ସେଠୀ ରକ୍ତ ପ୍ୟାକେଟ ସଂଗ୍ରହରେ ସହଯୋଗ କରିଥିଲେ । କେନ୍ଦ୍ର ସଞ୍ଚାଳିକା ରାଜଯୋଗିନୀ ସନ୍ତୋଷିନୀ ସଂସ୍ଥାର ବିଭିନ୍ନ ବିଭାଗ ସାରା ବିଶ୍ବରେ କିପରି ସେବା ଯୋଗାଇ ଦେଇ ଆସୁଅଛି ସେ ଉପରେ କହିଥିଲେ। ନିଶାମୁକ୍ତ, ମାନସିକ ଚାପ ମୁକ୍ତ, କୃଷିଭିତ୍ତିକ ସେବା ସହିତ ରକ୍ତଦାନ ଭଳି କାର୍ଯ୍ୟକ୍ରମ ଓମ୍‌ ଶାନ୍ତି ଅନୁଷ୍ଠାନ ପକ୍ଷରୁ କରାଯାଉଛି। ବ୍ରହ୍ମା କୁମାର ବୈକୁଣ୍ଠ ଭାଇ ସଭା ପରିଚାଳନା କରିଥିଲେ। ବ୍ରହ୍ମା କୁମାର ଅକ୍ଷୟ, ବ୍ରହ୍ମା କୁମାରୀ ଅଲିଭା,ଅନୀତା, ପ୍ରାପ୍ତି, ପିଙ୍କି ଭଉଣୀ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ। ଶିବିରରେ ୨୦ରୁ ଉଦ୍ଧର୍‌ବ ଭାଇ ଭଉଣୀ ରକ୍ତଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଚ୍ଛା କଲେ ଗୁଳି ଫୁଟାଇ ଟେକିନେଲେ: ସକାଳୁ ପଡ଼ିଥିଲା ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ

ରାୟଗଡ଼ା,୯।୫(ସୁଜାତା ପାଢ଼ୀ): ରାୟଗଡ଼ା ସହର ଇନ୍ଦିରା ନଗର ୩ୟ ଲାଇନ୍‌ରେ ଅଜଣା ଦୁର୍ବୃତ୍ତମାନେ ଶନିବାର ରାତିରେ ଗୁଳିକାଣ୍ଡ କରି  ରାୟଗଡା ସହରସ୍ଥିତ ରେଲି ସାହିର ଯୁବକ ନିଖିଲ…

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ/ ହରି ନାରାୟଣ ମହାନ୍ତି): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ  ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ତାରସିଂ ରେଞ୍ଜରେ ଦନ୍ତା ହାତୀର ମୃତ୍ୟୁ, ନୟାଗଡ଼ ବନଖଣ୍ଡରେ ଚିକିତ୍ସାଧୀନ ଥିଲା

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜରେ ଶନିବାର ଅପରାହ୍ନରେ ଏକ ଦନ୍ତା ହାତୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ହାତୀର ବୟସ ପ୍ରାୟ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri