ଉତ୍କଳ ଦିବସରେ ରକ୍ତଦାନ ଶିବିର

ଦିଗପହଣ୍ଡି,୧।୪ (ଅଶେଷ ନାଥ ମିଶ୍ର): ପବିତ୍ର ଉତ୍କଳ ଦିବସ ଅବସରରେ ମଙ୍ଗଳବାର ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ  ଗଣିଆନାଳ ଛକର ମା’ ପିତାମ୍ୱରୀ ବଣିକ ସଂଘ ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଗ୍ରୀଷ୍ମଦିନେ ବ୍ରହ୍ମପୁର ରକ୍ତ ଭଣ୍ଡାର ରେ ଆବଶ୍ୟକ ରକ୍ତର ଅଭାବ ଦୂର କରିବା ପାଇଁ ଏହି ଶିବିର ଆୟୋଜନ କରାଯାଇଥିଲା। ବଣିକ ସଂଘ ସଭାପତି ଟୁକୁନା ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରକୁ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ମୂଖ୍ଯଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଖେମୁଣ୍ଡି ସ୍ବେଚ୍ଛାକୃତ ରକ୍ତଦାତା ସଂଘର ସମ୍ପାଦକ ତଥା ଆଇନଜୀବୀ ହରପ୍ରସାଦ ରଥ , ଆଞ୍ଚଳିକ ବିକାଶ ପରିଷଦର ସଭାପତି ସାଗର କୁମାର ପାତ୍ର, ଦିଗପହଣ୍ଡି ଥାନା ଏସଆଇ ସୋଫିଆ ମିଶ୍ର, ଜ୍ୟୋତି ରଞ୍ଜନ ବେହେରା, ଦୁଷ୍ମନ୍ତ କୁମାର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉପସ୍ଥିତ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଶିବିରରେ ୫୦ ଜଣ ରକ୍ତଦାତା ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ।ଏହି କାର୍ଯ୍ୟକ୍ରମକୁ ସଂଘର ଉପଦେଷ୍ଟା ତଥା ଖବରଦାତା ଦିଗାମ୍ବର ମହାରଣା ସଂଯୋଜନା  କରିଥିବା ବେଳେ ସଂଘର  ଉପ ସଭାପତି ଅରବିନ୍ଦ ବିଷୋୟୀ, ସମ୍ପାଦକ ହରିବନ୍ଧୁ ବାଡତ୍ୟା, କୋଷାଧ୍ୟକ୍ଷ କେ. ତ୍ରିପତି ଦୋରା, ଉପଦେଷ୍ଟା ଭାସ୍କର ସ୍ବାଇଁଙ୍କ ସମେତ ଅଜିତ ବାଡତ୍ୟା, ସୁଶାନ୍ତ ରାଉତ, ଅଳୟ ଭୂୟାଁ, ଜୟ ସାହୁ , ବାଦଲ ପଣ୍ଡା, ରଞ୍ଜନ ପ୍ରଧାନ, ସାଗର ଜେନା , ଗଜେନ୍ଦ୍ର ସାହୁଙ୍କ ସମେତ ସଂଘର ସମସ୍ତ ସଦସ୍ୟ ସହଯୋଗ କରି ରକ୍ତ ଦାନ କରିଥିଲେ।ବଣିକ ସଂଘର ଏଭଳି ମହାନ୍ କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯିବା ସହ  ସାଧୁବାଦ ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri