ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଖବର ଲେଖାଯିବା ସୁଦ୍ଧା ୫୦ରୁ ଅଧିକ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ଜଣାପଡ଼ିଛି।

ଏହି ଶିବିରକୁ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। କ୍ଲବର କର୍ମକର୍ତ୍ତାମାନଙ୍କ ଏହି ମହତ୍ କାର୍ଯ୍ୟକୁ ସେ ପ୍ରଶଂସା କରିବା ସହ ଭବିଷ୍ୟତରେ ମଧ୍ୟ ଏଭଳି ସେବାମୂଳକ କାର୍ଯ୍ୟ ଜାରି ରଖିବାକୁ ଆହ୍ୱାନ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ସିପିଆଇ(ଏମ୍)ର ପୂର୍ବତନ ରାଜ୍ୟ ସମ୍ପାଦକ ଅଳି କିଶୋର ପଟ୍ଟନାୟକ, ଭଞ୍ଜନଗର ଏଏସ୍‌ପି ରଞ୍ଜନ କୁମାର ଦେ, ଯୁବ ରେଡକ୍ରସର ପୂର୍ବତନ ରାଜ୍ୟ କର୍ମକର୍ତ୍ତା ବି. ଗୋବିନ୍ଦ ରାଓ, ରୋଟାରୀ କ୍ଲବ୍ ସଭାପତି ରଞ୍ଜିତ କୁମାର ବାରିକ, ନିର୍ବାହୀ ଅଧିକାରୀ ମୁରଲୀକୃଷ୍ଣ ପଣ୍ଡା, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ, ବେଲଗୁଣ୍ଠା ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼. ସଂଯୁକ୍ତା ପଣ୍ଡା ଏବଂ ସାମାଜିକ କର୍ମୀ ଏ. ବିଷ୍ଣୁ ପ୍ରସାଦ ପ୍ରମୁଖ ବିଭିନ୍ନ ପର୍ଯ୍ୟାୟରେ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ମାନପତ୍ର ପ୍ରଦାନ କରିଥିଲେ।

ଖବର ଲେଖାଯିବା ସୁଦ୍ଧା ରକ୍ତଦାନ ଶିବିର ଜାରି ରହିଥିବା ବେଳେ, ଆହୁରି କିଛି ବିଶିଷ୍ଟ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। କବି ସମ୍ରାଟ ମିଡିଆ କ୍ଲବ୍‌ର ସଭାପତି ପ୍ରଦୀପ କୁମାର ସ୍ୱାଇଁଙ୍କ ନେତୃତ୍ୱରେ ଏହି ରକ୍ତଦାନ ଶିବିର ପରିଚାଳିତ ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri