ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହିଲା ରକ୍ତ

ବାରିପଦା ଅଫିସ,୨୯। ୧୦: ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହୁଛି ରକ୍ତ, ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାରିପଦା ସହର ୨୫ ନଂ. ଓ୍ବାର୍ଡର ରହୁଥିବା ଯୁବକ ସିପୁ ଦାସ(୨୧)ଙ୍କ ସହ । ବୁଧବାର ସକାଳ ୧୦ଟା ସମୟରେ ପାଲବଣି ବାଇପାସ ସ୍ଥିତ ଗୋଲେଇରେ ହେଲ୍‌ମେଟ ଚେକିଂ ଚାଲିଥିଲା । ଏହି ସମୟରେ ସିପୁ ଔଷଧ ଆଣିବାକୁ ବଜାରକୁ ଯାଉଥିଲେ । ହେଲମେଟ ପିନ୍ଧି ନ ଥିବାରୁ ପୋଲିସ ଜଣକ ତାଙ୍କୁ ଆକ୍ରମଣ କରିବା ପରେ ଡାହାଣ ପଟ ଆଖିରେ ଶକ୍ତ ଆଘାତ ଲାଗିଥିଲା । ଫଳରେ ତାଙ୍କ ଆଖିରୁ ରକ୍ତ ସ୍ରାବ ହେବା ଦେଖି ଫାଇନ ଦେବାକୁ ପଡିବ ନାହିଁ ବୋଲି କହି ପଠାଇ ଦେଇଥିଲେ । ଆଖିର ଏଭଳି ଅବସ୍ଥାରେ ସେ ଡାକ୍ତର ପାଖକୁ ଯାଇ ଚିକିତ୍ସା କରିଛନ୍ତି । ଘଟଣା ସମ୍ପର୍କରେ ବାରିପଦା ଟାଉନ ଥାନା ଆଇଆଇସିଙ୍କୁ ଜଣାଇବା ପରେ ଚିକିତ୍ସା ପାଇଁ ଖର୍ଚ୍ଚ ଦିଆଯିବ ବୋଲି କହିଛନ୍ତି । ତେବେ ସିପୁ ଦୀର୍ଘ ୬ମାସ ଧରି କାମ ନ ପାଇ ଘରେ ବସିଛନ୍ତି । ବେଙ୍ଗାଲୁରୁ ଦାଦନ ଖଟିବାକୁ ଯାଇ ଲକ୍‌ଡାଉନ ସମୟରେ ଘରେ ରହୁଥିବା ବେଳେ ଏପରି ଘଟଣାକୁ ନେଇ ପରିବାର ଲୋକେ ଭାଙ୍ଗି ପଡିଛନ୍ତି। ପୋଲିସର ଏଭଳି ଆଚରଣକୁ ସାଧାରଣରେ ନିନ୍ଦା କରାଯିବା ସହିତ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି । ତେବେ ଏ ନେଇ ଆଇଆଇସି ବୀରେନ୍ଦ୍ର ସେନାପତି କହିଛନ୍ତି, ଘଟଣା ସମ୍ପର୍କରେ ତଦନ୍ତ ଜାରି ରହିବା ସହ ଏସ୍‌ପିଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲା CJP: ଯେଉଁ ଟ୍ରକ୍‌ରେ ଅଭିଜିତ, ଅଭିନେତା ପ୍ରକାଶ ରାଜ ଥିଲେ…

ନୂଆଦିଲ୍ଲୀ,୨୧।୭: ସଂସଦ ମାର୍ଚ୍ଚ ସମୟରେ ହୋଇଥିବା ଧସ୍ତିଧାସ୍ତିର ଗୋଟିଏ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀ ପୋଲିସ ବିରୋଧରେ ଗୁରୁତର ଅଭିଯୋଗ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri