ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର: ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ବଡବିଲ,୨୮।୭(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ଥାନା ଅଧୀନ କାଶିଆ-କ, ତଳସାହି ନିକଟ ଜଗଦା ସାହିସ୍ଥିତ ମୋରମ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଜବତ କରିଛି। ପାରିପାଶର୍‌ବିକ ପରିସ୍ଥିତିକୁ ଅନୁଧ୍ୟାନ ପରେ ଏହା ଏକ ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ସନ୍ଦେହ କରାଯାଇଛି। ଅନ୍ୟପକ୍ଷେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ମୃତ ଯୁବକଙ୍କ ବୟସ ପ୍ରାୟ ୩୦ ବର୍ଷ ହେବ ବୋଲି ପୋଲିସ ଅନୁମାନ କରୁଛି।

ପୋଲିସ ଘଟଣାସ୍ଥଳରୁ ଏକ ସାଇକେଲ ଜବତ କରିଛି। ବଡବିଲ ଥାନା ଆଇଆଇସି ରମାକାନ୍ତ ମୁଦୁଲି କହିଛନ୍ତି ଯେ, ଜଗଦାସାହିରେ ମୃତଦେହ ପଡ଼ିଥିବା ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ମୃତଦେହ ଜଗଦା ସାହିରୁ ବରପଦା ଖଣି ଆଡ଼କୁ ଯାଇଥିବା ମୋରମ ରାସ୍ତା କଡ଼ରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଘଟଣାସ୍ଥଳରେ ସାଇକେଲ ଖସି ପଡିଥିବା ଚିହ୍ନ ରହିଥିବାବେଳେ ମୃତଦେହର ଆଖି ପତା ଓ ମୁଣ୍ଡ ପଛ ପାଖରେ ଗଭୀର ଆଘାତ ଲାଗିଥିବା ଦେଖିବାକୁ ମିଳିଛି।

ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ଯାଞ୍ଚ କରିଥିବା ବେଳେ, ପୋଲିସ ପକ୍ଷରୁ ବଡବିଲ ଥାନାରେ ଏକ ମାମଲା(ନଂ.୨୯) ରୁଜୁ ହୋଇଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ଆଇଆଇସି ମୁଦୁଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri