ଶ୍ରୀମନ୍ଦିରରେ ସୁରକ୍ଷାକର୍ମୀଙ୍କ ରକ୍ତଛିଟା

ପୁରୀ ଅଫିସ, ୧୯।୪:ଶ୍ରୀମନ୍ଦିରରେ ବହୁ ବ୍ୟବଧାନରେ ପୁଣି ଅଘଟଣ ଦେଖିବାକୁ ମିଳିଛି। ରବିବାର ଶ୍ରୀମନ୍ଦିର ଭିତରକାଠ ନିକଟରେ ପଡ଼ିଛି ରକ୍ତ ଛିଟା। ଯାହାଫଳରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ମନ୍ଦିର ପରିସରରେ କାର୍ଯ୍ୟରତ ୨ ଶ୍ରୀଜଗନ୍ନାଥ ଟେମ୍ପୁଲ ପୋଲିସ (ଜେଟିପି) ଗଙ୍ଗାଧର ପ୍ରଧାନ ଏବଂ ମନୋଜ ପାଣିଗ୍ରାହୀଙ୍କ ମଧ୍ୟରେ ଏକ ସାଧାରଣ କଥାକୁ ନେଇ ଉଚ୍ଚବାଚ୍ଚ ହୋଇଥିଲା। ଏପରିକି ଗଣ୍ଡଗୋଳ ପରିସ୍ଥିତି ହୋଇ ଉଭୟଙ୍କ ମଧ୍ୟରେ ମାରପିଟ ପର୍ଯ୍ୟନ୍ତ ଯାଇଥିଲା। ଗଙ୍ଗାଧରଙ୍କ ମାଡ଼ରେ ମନୋଜଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଫଳରେ ଶ୍ରୀମନ୍ଦିରରେ ମନୋଜଙ୍କ ରକ୍ତ ଛିଟା ପଡ଼ିଥିଲା। ପରେ ସ୍ଥାନୀୟ ସେବାୟତ ଓ ଅନ୍ୟ ସୁରକ୍ଷାର୍କମୀମାନେ ମନୋଜଙ୍କୁ ମେଡିକାଲ ନେଇଥିଲେ।
ଉଲ୍ଲେଖ ଥାଉ କି, ମନୋଜ ଏବଂ ଗଙ୍ଗାଧର ଉଭୟ ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟରେ ନିୟୋଜିତ ଥିଲେ। ତେବେ ସାଧାରଣ କଥାରୁ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ରାଗିଯାଇ ଗଙ୍ଗାଧର ପାଖରେ ଥିବା ଏକ କାଠ ଫାଳିଆରେ ମନୋଜଙ୍କ ମୁଣ୍ଡକୁ ପିଟିବାରୁ ମୁଣ୍ଡ ଫାଟି ରକ୍ତ ପଡ଼ିଥିଲା। ତେବେ ମନୋଜଙ୍କ ମୁଣ୍ଡରେ ଏକାଧିକ ଷ୍ଟିଚ୍‌ ପଡ଼ିଛି। ଶ୍ରୀମନ୍ଦିର ମଧ୍ୟରେ ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କ ରୀତିନୀତିରେ ବିଭ୍ରାଟ ସୃଷ୍ଟି ହୋଇଥିଲା। ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥିଲା। ଅନ୍ୟପଟେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଘଟଣାକୁ ଗୁରୁତ୍ୱର ସହ ନିଆଯାଇଥିବା ବେଳେ ତଦନ୍ତ ନେଇ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ କହିଛନ୍ତି, ଶ୍ରୀମନ୍ଦିର ମଧ୍ୟରେ ଏଭଳି ବିଶୃଙ୍ଖଳା ଯୋଗୁ ନୀତିକାନ୍ତିରେ ଅହେତୁକ ବିଳମ୍ବ ହୋଇଛି। ପ୍ରାଥମିକ ତାଳ ଦେଇ ମହାସ୍ନାନ ଶେଷ କରାଯାଇଥିବା ବେଳେ ସମ୍ପୃକ୍ତ ୨ ଶ୍ରୀମନ୍ଦିର ପୋଲିସ କର୍ମଚାରୀଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଛି। ତଦନ୍ତ ସରିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସାହୁ କହିଛନ୍ତିି। ଅନ୍ୟପକ୍ଷରେ ସିଂହଦ୍ୱାର ଆଇଆଇସି ଗେଲି ସାହୁ କହିଛନ୍ତି, ଶ୍ରୀମନ୍ଦିର ପ୍ରଶାସନ ପ୍ରାଥମିକ ସ୍ତରରେ ତଦନ୍ତ ସାରି ରିପୋର୍ଟ ଦେବା ପରେ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri