ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ କଙ୍କୋରଡ଼ା ଗ୍ରାମରେ ଦାଦା ବଟି ମାଗି ମରଣାନ୍ତକ ଆକ୍ରମଣ ଓ ଟଙ୍କା ଲୁଟ୍ ମାମଲାରେ ପୋଲିସକୁ ମିଳିଛି ଆଉ ଏକ ସଫଳତା। ଘଟଣାରେ ସମ୍ପୃକ୍ତ ଥିବା ତୃତୀୟ ଅଭିଯୁକ୍ତ ଭୋଳି ଓରଫ ଭୋଳା ଶଙ୍କର ବରାଡ଼ଙ୍କୁ ପାଟପୁର ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।

ମିଳିଥିବା ସୂଚନା ମୁତାବକ, ଗତ ଶନିବାର ରାତି ପ୍ରାୟ ସାଢ଼େ ୯ଟାରେ କଙ୍କୋରଡ଼ା ଗ୍ରାମର ହିରୋଜ ସେଠୀ ବାଇକ୍ ଯୋଗେ ଘରକୁ ଫେରୁଥିଲେ। ଗ୍ରାମର ଶ୍ରୀ ଲକ୍ଷ୍ମୀ ନାରାୟଣ ମନ୍ଦିର ପୋଖରୀ ନିକଟରେ ଅଭିଯୁକ୍ତ ଭୋଳା ଶଙ୍କର ଓ ତାଙ୍କର ଅନ୍ୟ ଦୁଇ ଜଣ ସହଯୋଗୀ ତାଙ୍କୁ ବାଟ ଅଟକାଇ ଗାଳିଗୁଲଜ କରିବା ସହ ଦାଦା ବଟି ମାଗିଥିଲେ। ହିରୋଜ ଏହାର ପ୍ରତିବାଦ କରିବାରୁ ଅଭିଯୁକ୍ତମାନେ ତାଙ୍କୁ ଘେରି ଯାଇ ସଂଘାତିକ ଆକ୍ରମଣ କରି ମୁଣ୍ଡ ଫଟାଇ ଦେଇଥିଲେ। ଏହାସହ ତାଙ୍କ ଶାର୍ଟ ପକେଟ୍‌ରୁ ବଳପୂର୍ବକ ୪,୫୦୦ ଟଙ୍କା ଛଡ଼ାଇ ନେଇ ଫେରାର ହୋଇଯାଇଥିଲେ।

ଏ ନେଇ ହିରୋଜ ପାଟପୁର ଥାନାରେ ଏତଲା ଦେବା ପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମାମଲା (ନଂ. ୨୬୭/୨୬) ରୁଜୁ କରି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତକାରୀ ଅଧିକାରୀ ଏସ.ଆଇ ତ୍ରିନାଥ ଭୋଇ ସୋମବାର ଦିନ ଘଟଣାରେ ସମ୍ପୃକ୍ତ ଦୁଇ ପେସାଦାର ଅପରାଧୀ ରାମଚନ୍ଦ୍ର ସେଠୀ ଓ କୃଷ୍ଣଚନ୍ଦ୍ର ପ୍ରଧାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲେ।

ପରେ ମଙ୍ଗଳବାର ସନ୍ଧ୍ୟାରେ ମୁଖ୍ୟ ଅଭିଯୁକ୍ତ ଭୋଳା ଶଙ୍କର ବରାଡ଼ଙ୍କୁ ଗିରଫ କରାଯାଇ ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟକୁ ଚାଲାଣ କରାଯାଇଛି। ଅଦାଲତରେ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌-ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ଏହି ମାମଲାରେ ସମୋଟ ଗିରଫଦାରୀ ସଂଖ୍ୟା ୩କୁ ବୃଦ୍ଧି ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?