ଲିବିୟାରେ ରକ୍ତାକ୍ତ ସଂଘର୍ଷ: ୨୭ ମୃତ, ୧୦୦ରୁ ଅଧିକ ଆହତ…

ତ୍ରିପୋଲି,୧୬।୮ : ଲିବିୟାରେ ପ୍ରତିଦ୍ୱନ୍ଦ୍ୱୀ ମିଲିସିଆ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ ୨୭ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ୧୦୦ ରୁ ଅଧିକ ଆହତ ହୋଇଛନ୍ତି।

ଲିବିୟାର ରାଜଧାନୀ ତ୍ରିପୋଲରେ ଏହି ସଂଘର୍ଷ ଘଟିଛି। ଏଠାରେ ବାସ କରୁଥିବା ଲୋକେ ବାସିନ୍ଦାମାନେ ଭୟରେ ସେମାନଙ୍କ ଘରେ ଫସି ରହିଛନ୍ତି। ମେଡିକାଲ ଅଧିକାରୀମାନେ ମୃତକ ଏବଂ ଆହତଙ୍କ ବିଷୟରେ ସୂଚନା ଦେଇଛନ୍ତି।

ଏହା ଚଳିତ ବର୍ଷ ତ୍ରିପୋଲିରେ ଘଟିଥିବା ସବୁଠାରୁ ଭୟଙ୍କର ସଂଘର୍ଷ ବୋଲି କୁହାଯାଉଛି। ଜଣେ ଅଧିକାରୀ କହିଛନ୍ତି ମୃତକଙ୍କ ମଧ୍ୟରେ ପ୍ରତିପକ୍ଷ ବିରୋଧୀ ଗୋଷ୍ଠୀର ସଦସ୍ୟ ଅଛନ୍ତି କି ନାହିଁ ତାହା ଜଣାପଡ଼ିନାହିଁ। ମୃତକଙ୍କ ମଧ୍ୟରେ କେତେ ଜଣ ସାଧାରଣ ନାଗରିକ ତାହା ସ୍ପଷ୍ଟ ହୋଇନାହିଁ।

ଲିବିୟାର ମାନବିକ ବିପର୍ଯ୍ୟୟ ଏବଂ ଯୁଦ୍ଧ ସମୟରେ ନିୟୋଜିତ ମେଡିକାଲ ସଂସ୍ଥା ଜରୁରୀକାଳୀନ ଚିକିତ୍ସା କେନ୍ଦ୍ର ଏବଂ ସହାୟତା ପକ୍ଷରୁ ବୁଧବାର ସକାଳେ କୁହାଯାଇଛି ସଂଘର୍ଷ ଯୋଗୁ ସମଗ୍ର ଦେଶରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି।

ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ୪୪୪ ବ୍ରିଗେଡର ଯୋଦ୍ଧା ଏବଂ ସ୍ବତନ୍ତ୍ର ନିରୋଧୀ ବାହିନୀ ମଧ୍ୟରେ ସଂଘର୍ଷ ହୋଇଥିଲା।

ରିପୋର୍ଟରେ କୁହାଯାଇଛି ୪୪୪ ବ୍ରିଗେଡର ଜଣେ ବରିଷ୍ଠ କମାଣ୍ଡର ମହମୁଦ ହାମଜାଙ୍କୁ ପୂର୍ବ ଦିନ ତ୍ରିପୋଲି ବିମାନବନ୍ଦରରେ ଏକ ପ୍ରତିଦ୍ୱନ୍ଦୀ ଗୋଷ୍ଠୀ ଗିରଫ କରିବା ପରେ ଉତ୍ତେଜନା ବୃଦ୍ଧି ପାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?