ଉଡ଼ିଲା ଘର ଛପର

ଢେଙ୍କିକୋଟ,୨୨ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ଝଡ଼ ତୋଫାନ ହୋଇଥିଲା। ଅନେକ ଗଛ ଭାଙ୍ଗିବା ସହ ଘରର ଛପର ଉଡ଼ିଯାଇଥିଲା। ଢେଙ୍କିକୋଟ୍‌ ପଞ୍ଚାୟତ, ଲଙ୍ଗଳକଣ୍ଟି ଗ୍ରାମ, ଢେଙ୍କିକୋଟ ଗ୍ରାମ, ବଡ଼ମସିଣାବିଲା ପଞ୍ଚାୟତ ପେଚା ସାହିରେ ୫ରୁ ଊର୍ଦ୍ଧ୍ୱ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡ଼ିଥିଲା। ଲଙ୍ଗଳକଣ୍ଟି ଗ୍ରାମର ଗୁରୁଚରଣ ମହାରଣା(୭୫)ଙ୍କ ଦୁଇ ବଖରା ଘରର ସମ୍ପୂର୍ଣ୍ଣ ଆଜବେଷ୍ଟସ ଛପର ଉଡ଼ାଇ ଦେଇଥିବାରୁ ସେ ବେସାହାରା ହୋଇପଡ଼ିଛନ୍ତି। ପଡ଼ୋଶୀଙ୍କ ବାରଣ୍ଡାରେ ଆଶ୍ରୟ ନେଇଛନ୍ତି। ଏ ସମ୍ପର୍କରେ ସରପଞ୍ଚ ଖଇର ନାଏକ କହିଛନ୍ତି, ସେ ବିଡିଓ ଓ ତହସିଲଦାରଙ୍କୁ ଏ ସମ୍ପର୍କରେ ଜଣାଇବେ। ଜରୁରୀକାଳିନ ଭିତ୍ତିରେ ତାଙ୍କୁ ଥଇଥାନ ବ୍ୟବସ୍ଥା କରିବା ସହ ବିଜୁ ପକ୍କା ଘର ଯୋଜନାରେ ସାମିଲ କରିବା ପାଇଁ କହିବି ବୋଲି ପ୍ରକାଶ କରିଛନ୍ତି। ଆରଆଇ ସନ୍ତୋଷ ସାହୁ କହିଛନ୍ତି, ଦରଖାସ୍ତ ଦେଲେ ଆମ୍ଭେ ପଲିଥିନ ଯୋଗାଇଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri