Odisha Elections 2024
Posted inଜାତୀୟ

ଆହୁରି ବଢିଲା ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ: ବ୍ଲୁ କର୍ନର୍‌ ନୋଟିସ ଜାରି

ନୂଆଦିଲ୍ଲୀ,୫।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌ ନୋଟିସ ଜାରି କରାଯାଇଥିବା କର୍ନାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର ସୂଚନା ଦେଇଛନ୍ତି। ପରମେଶ୍ୱରଙ୍କ ଉଦ୍ଧେଶ୍ୟରେ କହିଛନ୍ତି ଯେ, ପ୍ରଜ୍ୱଳଙ୍କୁ ଭାରତକୁ ଫେରାଇ ଆଣିବା ପାଇଁ ଇଣ୍ଟରପୋଲର ସହାୟତା ନିଆଯାଉଛି। ଏହା ବ୍ୟତୀତ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ମଧ୍ୟ ବ୍ଲୁ କର୍ଣ୍ଣର ନୋଟିସ ଜାରି କରିଛି।

ପ୍ରଜ୍ୱଳ ହେଉଛନ୍ତି ଏଚ.ଡି ରେଭନ୍ନାଙ୍କ ପୁଅ। ୩୩ ବର୍ଷୀୟ ପ୍ରଜ୍ୱଳ ୨୦୧୯ ସାଧାରଣ ନିର୍ବାଚନ ବେଳେ ହାସନ ଆସନରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ଏହି ଆସନରେ ଚଳିତ ମାସ ୨୬ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଭୋଟ ଗ୍ରହଣ ଚାଲିଥିବାବେଳେ ପ୍ରଜ୍ୱଳଙ୍କ ଏକ ଅଶ୍ଳୀଳ ଭିଡିଓ ଭାଇରାଲ ହୋଇଥିଲା। ତାଙ୍କ ପୋଲିଂ ଏଜେଣ୍ଟ ଏହାକୁ ଜାଲ ଭିଡିଓ କହି ଥାନାରେ ଏତଲା ଦେଇଥିଲେ। ଅଭିଯୁକ୍ତମାନେ ଘର ଘର ବୁଲି ଏହି ଭିଡିଓକୁ ଲୋକଙ୍କୁ ଦେଖାଇବା ସହ ପ୍ରଜ୍ୱଳଙ୍କୁ ଭୋଟ ନ ଦେବାକୁ ପ୍ରବର୍ତ୍ତାଇଥିଲେ। ଭିଡିଓରେ ଥିବା ମହିଳାମାନଙ୍କୁ ପ୍ରଜ୍ୱଳ ନିଜେ ଡକାଇବା ସହ ଯୌନସମ୍ପର୍କ ରଖିଥିଲେ। ସେ ସେମାନଙ୍କ ବିନା ଅନୁମତିରେ ଏହାର ଭିଡିଓ ଶୁଟିଂ କରାଇଥିବା ଅଭିଯୋଗ ଆସିଛି। କର୍ନାଟକ ମହିଳା କମିଶନ ଅଧ୍ୟକ୍ଷା ନାଗଲକ୍ଷ୍ମୀ ଚୌଧରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର କଂଗ୍ରେସ ସରକାର ଏହାର ତଦନ୍ତ ପାଇଁ ଏସଆଇଟି ଗଠନ କରିଥିବା ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଏକ୍ସ’ରେ ସୂଚନା ଦେଇଛନ୍ତି। ଏହି ଘଟଣାକ୍ରମ ପରେ ପ୍ରଜ୍ୱଳ ଜର୍ମାନୀକୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏଭଳି ସମୟରେ ଜେଡିଏସ ସହ ମେଣ୍ଟ କରି ଲଢ଼ୁଥିବା ଭାଜପା ଏହି ବିବାଦରୁ ଦୂରତ୍ୱ ଅବଲମ୍ବନ କରିଛି। ଗତବର୍ଷ ସେପ୍ଟେମ୍ବରରେ ଜେଡିଏସ କଂଗ୍ରେସ ସହ ସମ୍ପର୍କ ଛିନ୍ନ କରି ଭାଜପା ସହିତ ମେଣ୍ଟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮ା୫: ଲୋକ ସଭା ନିର୍ବାଚନ ପଞ୍ଚମ ପର୍ଯ୍ୟାୟ ଏବଂ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ୨୦୨୪ ର ପାଇଁ ୨ ଦିନ ବାକି ଅଛି।...

ଚାର୍ ଧାମ ମନ୍ଦିର ନିକଟରେ ରିଲ୍ ଶୁଟିଂ କରିବା ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ନୂଆଦିଲ୍ଲୀ,୧୮।୫: ଚାର୍ ଧାମ ମନ୍ଦିର ନିକଟରେ ଭିଡିଓ ଏବଂ ରିଲ୍ ଶୁଟିଂ କରିବା ଉପରେ ଉତ୍ତରାଖଣ୍ଡ ପୋଲିସ ପ୍ରତିବନ୍ଧକ ଲଗାଇଛି। ଚାର ଧାମ ତୀର୍ଥସ୍ଥାନ ଅବସ୍ଥିତ...

”ଜ୍ୟୋତିଷ ହାତ ଦେଖି କହିଥିଲେ ତୁମେ ପ୍ରଧାନମନ୍ତ୍ରୀ ହେବ”: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଦେଶର ଏବେ ଲୋକ ସଭା ନିର୍ବାଚନର ପରିବେଶ ବେଶ ସରଗରମ ରହିଛି। ସାତଟି ପର୍ଯ୍ୟାୟ ମଧ୍ୟରୁ ଚାରିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହାରି...

POK ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ; ପାକିସ୍ତାନକୁ ନେଇ ଗର୍ଜିଲେ ଶାହା…

ଝାନ୍‌ସୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ପୁଣିଥରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ନେଇ ବଡ଼ ବୟାନ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ପିଓକେ ଭାରତର...

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ...

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା...

ହୁଗୁଳି ଆସନରୁ ମମତାଙ୍କ ବଡ଼ କାର୍ଡ; ଭାଜପାକୁ ଟକ୍କର ଦେବେ ରଚନା ବାନାର୍ଜୀ 

କୋଲକାତା,୧୮।୫: ପଶ୍ଚିମବଙ୍ଗର ହୁଗୁଳି ଆସନରେ ହେବ ଜୋରଦାର ଲଢ଼େଇ। ଲୋକ ସଭା ନିର୍ବାଚନର ୫ମ ପର୍ଯ୍ୟାୟରେ ବଙ୍ଗାଳୀ ଫିଲ୍ମଜଗତର ଦୁଇ ଲୋକପ୍ରିୟ ଅଭିନେତ୍ରୀ ମୁହାଁମୁହିଁ ହେବେ।...

ଆସିଲା ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ, ଶରୀରର ୪ ସ୍ଥାନରେ ରହିଛି କ୍ଷତଚିହ୍ନ

ନୂଆଦିଲ୍ଲୀ,୧୮।୫: ଆମ୍‌ ଆଦମୀ ପାର୍ଟୀ ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ ସାମ୍ନାକୁ ଆସିଛି। ମେ’ ୧୩ରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଆବାସରେ ତାଙ୍କ ଉପରେ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri