ବ୍ଲୁ ଡାଇମଣ୍ଡ କ୍ଲବ ୪-୧ ଗୋଲରେ ବିଜୟୀ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଏବଂ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ହେଉଥିବା ୧୫ ବର୍ଷରୁ କମ ବୟସ ବର୍ଗର ସି.ଏମ୍‌ ଟ୍ରଫି ଜିଲାସ୍ତରୀୟ ଫୁଟବଲ ପ୍ରତିଯୋଗିତାରେ ବୁଧବାର ଦ୍ୱିତୀୟ ଦିବସରେ ବରଗଡ଼ ବ୍ଲୁ ଡାଇମଣ୍ଡ କ୍ଲବ ଓ ଆମ୍ବେଦକର କ୍ଲବ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚରେ ବ୍ଲୁ ଡାଇମଣ୍ଡ କ୍ଲବ ୪-୧ ଗୋଲରେ ବିଜୟୀ ହୋଇଥିଲା। ମ୍ୟାଚକୁ ରାଜେନ୍ଦ୍ର ଭୁଏ ପରିଚାଳନା କରିଥିବା ବେଳେ ଗୋବର୍ଦ୍ଧନ ବାଗ, ପୂର୍ଣ୍ଣଚନ୍ଦ୍ର ଭୁଏ ଲାଇନରେ ସହଯୋଗ କରିଥିଲେ । ଶୁଭମ ପାତ୍ର ଚତୁର୍ଥ ରେଫରି ଥିବାବେଳେ ସୁରେଶ ଦାଶ ମ୍ୟାଚ କମିଶନର ଥିଲେ। ବରଗଡ଼ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ମ୍ୟାଚ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଜିଲା କ୍ରୀଡ଼ା ସଂସଦ ସାଧାରଣ ସମ୍ପାଦକ କିଶୋର କୁମାର ମିଶ୍ର, ଫୁଟବଲ ସମ୍ପାଦକ ଶେକ ଶବଦର, କୋଷାଧ୍ୟକ୍ଷ ଡ. ଶୁଭ୍ରାଂଶୁ ଶେଖର ମହାପାତ୍ର, ଜିଲା କ୍ରୀଡ଼ା ଅଧିକାରୀ ଅଜୟ ପଟ୍ଟନାୟକ, କ୍ରୀଡ଼ା ପ୍ରଶିକ୍ଷକ ସଚ୍ଚିଦାନନ୍ଦ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ମ୍ୟାଚ ପରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ପ୍ରାକ୍ତନ ସମ୍ପାଦକ ଅରୁଣ କୁମାର ମହାନ୍ତି, ଆଜୀବନ ସଦସ୍ୟ ପ୍ରଦୀପ ନନ୍ଦ ବ୍ଲୁ ଡାଇମଣ୍ଡ କ୍ଲବର ଦଳ ୩ ନମ୍ବର ଖେଳାଳି ଲିଙ୍ଗରାଜ ମେହେରଙ୍କୁ ଶ୍ରେଷ୍ଠ ଖେଳାଳି ଭାବରେ ପୁରସ୍କୃତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri