ଆଗାମୀ ୨୫ ବର୍ଷର ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ…

ନୂଆଦିଲ୍ଲୀ, ୧୫।୮ : ଦେଶର ୭୬ ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ୍‌ କିଲ୍ଲାରୁ ଦେଶର ବିକାଶ ପାଇଁ ଆଗାମୀ ୨୫ ବର୍ଷର ବ୍ଲୁ ପ୍ରିଣ୍ଟ୍‌ ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ଭାରତକୁ ଏକ ବିକଶିତ ଦେଶ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏକ ଆତ୍ମନିର୍ଭରଶୀଳ ଭାରତ ଗଠନରେ ଘରୋଇ କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକା ବିଷୟରେ ସେ କହିଛନ୍ତି ଯେ ଦେଶ ବିଶ୍ୱ ପାଇଁ ମଧ୍ୟ ଉତ୍ପାଦନ କରିପାରିବ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଗାମୀ ୨୫ ବର୍ଷର ଯାତ୍ରା ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆତ୍ମନିର୍ଭର ଭାରତ ଅଭିଯାନକୁ ଏକ ଜନ ଆନ୍ଦୋଳନ ଭାବରେ ଆଗକୁ ନେବାକୁ ସେ ଆହ୍ବାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଉତ୍ପାଦନ କ୍ଷେତ୍ରରେ ଭାରତ ଇତିହାସ ସୃଷ୍ଟି କରୁଛି। ମହାକାଶଠାରୁ ଆରମ୍ଭ କରି ଡ୍ରୋନ ଉତ୍ପାଦନ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ଉତ୍ପାଦନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ଯୋଜନା ସହିତ ଆମେ ଦୁନିଆର ଏକ ପ୍ରମୁଖ ଉତ୍ପାଦନ କେନ୍ଦ୍ରରେ ପରିଣତ ହୋଇଛୁ। ଲୋକେ ମେକ ଇନ ଇଣ୍ଡିଆ ପାଇଁ ଭାରତକୁ ଆସୁଛନ୍ତି। ସେ କହିଛନ୍ତି ଯେ କ୍ଷୁଦ୍ର କୃଷକ, କ୍ଷୁଦ୍ର ଶ୍ରମିକ ଏବଂ ବ୍ୟବସାୟୀଙ୍କ ସଶକ୍ତିକରଣ ହେଉଛି ଏକ ଦକ୍ଷ ଏବଂ ସକ୍ଷମ ଭାରତର ଗ୍ୟାରେଣ୍ଟି।

ପ୍ରାକୃତିକ ଚାଷ ଉପରେ ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ଭାରତକୁ ନୂତନ ଶକ୍ତି ଦେବ ଏବଂ ସବୁଜ ନିଯୁକ୍ତି ସୃଷ୍ଟି ସହିତ ଏକ୍ଷେତ୍ରରେ ବହୁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ମାଇକ୍ରୋ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ଗଳି ବିକ୍ରେତା ଏବଂ ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକଙ୍କୁ ମଜବୁତ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଏହା ଶିଳ୍ପ ଅଭିବୃଦ୍ଧିରେ ପ୍ରେରଣା ଯୋଗାଇବ ବୋଲି କହିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେମିକଣ୍ଡକ୍ଟର, ୫-ଜି ଏବଂ ଅପ୍ଟିକ ଫାଇବର ଉତ୍ପାଦନ ଶିକ୍ଷା, ସ୍ବାସ୍ଥ୍ୟ ପାଇଁ ଦେଶରେ ବିକାଶର ନୂତନ ଉତ୍ସାହ ଧାରା ଜାରି ରହିଛି। ଏସବୁ ସାଧାରଣ ଲୋକଙ୍କ ଜୀବନରେ ଏକ ବଡ଼ ପରିବର୍ତ୍ତନ ଆଣିଛି। ସେ କହିଛନ୍ତି ଯେ ୫-ଜି, ଚିପ ଉତ୍ପାଦନ ସହିତ ଆମେ ଡିଜିଟାଲ ଇଣ୍ଡିଆ ମାଧ୍ୟମରେ ତୃଣମୂଳ ସ୍ତରରେ ଏକ ବୃହତ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?