ବ୍ଲୁଇସ୍‌କୁ ଜାତୀୟ ଇ-ଗଭର୍ନାନ୍ସ ସ୍ବର୍ଣ୍ଣ ପୁରସ୍କାର

ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୨୦ ଜୁଲାଇରେ ଲୋକାର୍ପଣ ହୋଇଥିବା ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍‌ ଇଣ୍ଟେଲିଜେନ୍ସ ସିଷ୍ଟମ୍‌ (ବ୍ଲୁଇସ୍‌) ଜାତୀୟ ଇ-ଗଭର୍ନାନ୍ସ ସ୍ବର୍ଣ୍ଣ ପୁରସ୍କାର ହାତେଇଛି। ଶୁକ୍ରବାର ହାଇଦ୍ରାବାଦରେ ଅନୁଷ୍ଠିତ ୨୪ତମ ଜାତୀୟ ଇ-ଗଭର୍ନାନ୍ସ ସମ୍ମିଳନୀରେ କେନ୍ଦ୍ରୀୟ କାର୍ମିକ ଓ ପ୍ରଶିକ୍ଷଣ ମନ୍ତ୍ରୀ ଜିତେନ୍ଦ୍ର ସିଂ ଓଡ଼ିଶାକୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ରାଜ୍ୟର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା କୃଷି ଉତ୍ପାଦନ କମିଶନର ସଞ୍ଜୀବ ଚୋପ୍ରା, ଓରସାକ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ମଲ୍ଲିକ, ଓଡ଼ିଆ ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ, ସାଧାରଣ ପ୍ରଶାସନ ବିଭାଗ ମାହାଲ ନିର୍ଦ୍ଦେଶକ ସୁଶାନ୍ତ କୁମାର ମହାନ୍ତି କେନ୍ଦ୍ରମନ୍ତ୍ରୀଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ରାଜ୍ୟ ଓ ଜାତୀୟସ୍ତରୀୟ ୮୯ ଅଭିନବ ବୈଷୟିକ ପ୍ରକଳ୍ପ ମଧ୍ୟରେ ବ୍ଲୁଇସ୍‌ ଶ୍ରେଷ୍ଠ ବିବେଚିତ ହୋଇଛି। ଏହି ସଫଳତା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସାଧାରଣ ପ୍ରଶାସନ ବିଭାଗ ଏବଂ ଓରସାକ୍‌କୁ ସାଧୁବାଦ ଜଣାଇଛନ୍ତି। ବ୍ଲୁଇସ୍‌ ଆପ୍‌କୁ ରାଜ୍ୟର ଅନ୍ୟ ବଡ଼ ସହରାଞ୍ଚଳରେ ପ୍ରୟୋଗ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।
ରାଜଧାନୀ ଭୁବନେଶ୍ୱରରେ ଠିକ୍‌ ଭାବେ ସରକାରୀ ଜମି ଚିହ୍ନଟ ଓ ଜମିର ସୁରକ୍ଷା ନିମନ୍ତେ ସାଟେଲାଇଟ୍‌ ଚିତ୍ର, ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ ସମେତ ଅତ୍ୟାଧୁନିକ ଜ୍ଞାନକୌଶଳର ବ୍ୟବହାର କରାଯାଉଛି। ବ୍ଲୁଇସ୍‌ ଆପ୍‌ ସମ୍ପର୍କରେ ସୂଚନାଦେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚୋପ୍ରା କହିଛନ୍ତି, ଏହାକୁ ଉଭୟ ନାଗରିକ ଓ ଅଧିକାରୀମାନେ ବ୍ୟବହାର କରିପାରିବେ। ଏହି ଆପ୍‌ ବ୍ୟବହାର କରି ନାଗରିକମାନେ ସରକାରୀ ଜମିର ସନ୍ଦେହଜନକ ଜବର ଦଖଲ ଓ ଅପବ୍ୟବହାର ବିଷୟରେ କର୍ତ୍ତୃପକ୍ଷଙ୍କୁ ସୂଚନା ଦେଇପାରିବେ। ଓରସାକ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମଲ୍ଲିକ ବ୍ଲୁଇସ୍‌ ସଫ୍ଟଓ୍ବେରର ବୈଷୟିକ ବିଶେଷତ୍ୱ ଏବଂ କାର୍ଯ୍ୟକାରିତା ବିଷୟରେ ସୂଚନା ଦେଇଥିଲେ। ଏହି ଆପ୍‌ ମାଧ୍ୟମରେ ଅଦ୍ୟାବଧି ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଅନ୍ତର୍ଗତ ୮୨୬ଟି ଜବରଦଖଲ ମାମଲା ଚିହ୍ନଟ ହୋଇଛି। ୪୮୪ ମାମଲାର ଫଇସଲା କରାଯାଇ ସରକାରୀ ଜମି ସୁରକ୍ଷିତ ରଖାଯାଇପାରିଛି। ଝାଡ଼ଖଣ୍ଡର ରାଞ୍ଚତ୍ ଏବଂ ଆସାମର ଗୁଆହାଟୀରେ ଏଭଳି ସଫ୍ଟଓ୍ବେରର ପ୍ରୟୋଗ ନିମନ୍ତେ ସେଠାକାର ସରକାର ଓଡ଼ିଶାର ସହଯୋଗ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri