Posted inଜାତୀୟ

ପରୀକ୍ଷାରେ କପି କରିବା ପାଇଁ ଛାତ୍ରଙ୍କ ହାଇଟେକ୍‌ ବୁଦ୍ଧି

ଜୟପୁର,୨୬।୯: ରାଜସ୍ଥାନର ସରକାରୀ ସ୍କୁଲ ପାଇଁ ଶିକ୍ଷକ ଚୟନ ପରୀକ୍ଷା ବେଳେ କପି କରିବାକୁ ଉଦ୍ୟମ କରି ଗିରଫ ହୋଇଛନ୍ତି ୫ ପରୀକ୍ଷାର୍ଥୀ। ଗିରଫ ହୋଇଥିବା ଆଶୟୀମାନେ ସ୍ବତନ୍ତ୍ର ଚପଲ ପିନ୍ଧିଥିଲେ, ଯେଉଁଥିରେ ଫିଟ୍‌ ହୋଇଥିଲା ବ୍ଲୁଟୁଥ ଡିଭାଇସ୍‌। ଏ ନେଇ ପରୀକ୍ଷା ପରିଚାଳନାରେ ଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି।

ଚପଲର ସୋଲ ଭିତରେ ପୂରା ମୋବାଇଲ ଓ ବ୍ଲୁଟୁଥ ଡିଭାଇସ ଲାଗିଥିଲା। ପରୀକ୍ଷାର୍ଥୀମାନେ କାନରେ ଏକ ଇଅର ପଡ୍‌ ଲଗାଇଥିଲେ। ଚପଲରେ ଲାଗିଥିବା ବ୍ଲୁଟୁଥ ଜରିଆରେ ସେମାନଙ୍କୁ ପରୀକ୍ଷା କେନ୍ଦ୍ର ବାହାରେ ବସି ଜଣେ କେହି ଚିଟିଂ କରିବାରେ ସାହାଯ୍ୟ କରୁଥିଲେ ବୋଲି ପୋଲିସ ଅଫିସର ରତନ ଲାଲ ଭାରଗବ କହିଛନ୍ତି। ‘ଚିଟିଂ ଚପଲ’କୁ ବହୁ ଚତୁରତାର ସହ ପ୍ରସ୍ତୁତ କରାଯାଇଛି। କିଛି ରିପୋର୍ଟ ମୁତାବକ, ପରୀକ୍ଷାର୍ଥୀଙ୍କୁ ଏହି ଚପଲ ୨ ଲକ୍ଷ ଟଙ୍କାରେ ବିକ୍ରି କରାଯାଇଛି।

ଜଣେ ପରୀକ୍ଷାର୍ଥୀ ତାଙ୍କ ଚପଲରେ ଏକ ଯନ୍ତ୍ର ଲଗାଇ ଚିଟିଂ କରୁଥିଲେ। ଆମେ ତାଙ୍କୁ ପରୀକ୍ଷା ଆରମ୍ଭରୁ ଧରିଥିଲୁ। ଆମେ ତୁରନ୍ତ ଅନ୍ୟ ଜିଲାକୁ ଖବର ଦେଇଥିଲୁ। ଆମେ ତାଙ୍କ ସମସ୍ତ ଲିଙ୍କ୍‌ ଯାଞ୍ଚ କରୁଛୁ। ଆଉ କେଉଁମାନେ ଏଥିରେ ସମ୍ପୃକ୍ତ ଅଛନ୍ତି, ତାହାର ପତ୍ତା ଲଗାଉଛୁ। ପରୀକ୍ଷାର ପରବର୍ତ୍ତୀ ଫେଜରେ କେହି ଚପଲ, ଜୋତା କିମ୍ବା ମୋଜା ପିନ୍ଧି ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିପାରିବେ ନାହିଁ ବୋଲି ଆଜମେର ପୋଲିସ ଅଫିସର ଜଗଦୀଶ ଚନ୍ଦ୍ର ଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri