ରାଜା ହେରାଲ୍ଡଙ୍କ ନାଁରୁ ଆସିଛି ବ୍ଲ୍ୟୁଟୁଥ୍‌

ଓସଲୋ, ୨୧।୫: ମୋବାଇଲ ଫୋନ୍‌ ଭଳି ଓୟାର୍‌ଲେସ୍‌ ବ୍ଲ୍ୟୁଟୁଥ୍‌ ଏକ ଜରୁରୀ ସାମଗ୍ରୀ ପାଲଟିଛି। ଇୟର୍‌ ଫୋନ୍‌ର ବିକଳ୍ପ ଭାବେ ବ୍ୟବହାର କରାଯାଉଥିବା ବ୍ଲ୍ୟୁଟୁଥ୍‌ର ନାମ ଏବଂ ଲୋଗୋ କେଉଁଠାରୁ ଆସିଲା ତା’ ବିଷୟରେ କମ୍‌ ଲୋକଙ୍କୁ ଜଣାଥିବ। ଭିକିଙ୍ଗ୍‌ ଯୁଗରେ (୧୦୦୦ରୁ ଊର୍ଦ୍ଧ୍ୱ ବର୍ଷ ପୂର୍ବେ) ଡେନ୍‌ମାର୍କ ଓ ନରଓ୍ବେର ରାଜା ଥିବା ହେରାଲ୍ଡ ବ୍ଲ୍ୟୁଟୁଥ୍‌ଙ୍କ ନାମ ଅନୁସାରେ ଓୟାରଲେସ୍‌ ବ୍ଲ୍ୟୁଟୁ୍‌ଥ୍‌ର ନାମକରଣ କରାଯାଇଛି। ରାଜା ହେରାଲ୍ଡଙ୍କ ଏପରି ନାମକରଣ ପଛର ରହସ୍ୟ ହେଉଛି, ସେ ପ୍ରଚୁର ମାତ୍ରାରେ ବ୍ଲ୍ୟୁ-ବେରି ଖାଉଥିଲେ, ଯାହାଫଳରେ ତାଙ୍କ ଦାନ୍ତ ନୀଳ ପଡ଼ିଯାଇଥିବା ଅନେକେ କହୁଛନ୍ତି। ଏଥିଯୋଗୁ ତାଙ୍କୁ ସମସ୍ତେ ହେରାଲ୍ଡ ବ୍ଲ୍ୟୁଟୁଥ୍‌ ବୋଲି ଡାକୁଥିଲେ। ଅନ୍ୟପକ୍ଷେ ବର୍ତ୍ତମାନର ବ୍ଲ୍ୟୁଟୁଥ୍‌ ଲୋଗୋକୁ ଭିକିଙ୍ଗ୍‌ ଯୁଗରେ ହେରାଲ୍ଡ ନୋର୍ଡିକ୍‌ ରୁନିକ୍‌ ଲିପିରେ ନିଜ ଚିହ୍ନ ଭାବେ ବ୍ୟବହାର କରୁଥିବା ସୋସିଆଲ ମିଡିଆର ବହୁଳ ପ୍ରସାରିତ ପୋଷ୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସ୍ୱାଧୀନତା ଦିବସରେ ୩୫୦ ଟଙ୍କା ତେଲ ଦର! ଦେଶରେ ପଡିଲା ଚହଳ…

ଇସଲାମାବାଦ୍‌,୧୪।୮: ପାକିସ୍ତାନରେ ଆଜି ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଖବର ଅନୁଯାୟୀ, ପାକିସ୍ତାନରେ ସ୍ୱାଧୀନତା ଦିବସ ଅବସରରେ ପେଟ୍ରୋଲ-ଡିଜେଲ ଦର…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri