ଶ୍ରେଷ୍ଠ ମହାନଗର ନିଗମ ଭାବେ ବିଏମ୍‌ସି ପୁରସ୍କୃତ

ଭୁବନେଶ୍ୱର, ୨୯।୮ (ବନ୍ଦନା ସେଠୀ):୧୩୫ ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ‘ଶ୍ରେଷ୍ଠ ମହାନଗର ନିଗମ’ ଭାବେ ପୁରସ୍କୃତ ହୋଇଛି। ସୋମବାର କଳିଙ୍ଗ ଷ୍ଟାଡିୟମ୍‌ଠାରେ ଜାଗା ମିଶନ ଅନ୍ତର୍ଗତ ଜମିପଟ୍ଟା ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ମେୟର ସୁଲେଚାନା ଦାସ, କମିଶନର ବିଜୟ ଅମୃତ କୁଲାଙ୍ଗେଙ୍କ ସହ ଅନ୍ୟ ଅଧିକାରୀ ଓ କର୍ପୋରେଟରମାନେ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ରାଜ୍ୟର ବିଭିନ୍ନ ପୌରାଞ୍ଚଳରେ ବସ୍ତିବାସିନ୍ଦାଙ୍କୁ ଜମିର ମାଲିକାନା ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ସ୍ବରୂପ ପ୍ରଥମ ପର୍ଯ୍ୟାୟରେ ବିଏମ୍‌ସି ଅଞ୍ଚଳର ୫୧ ହଜାର ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ପ୍ରମାଣପତ୍ର ବଣ୍ଟନ କରାଯାଇଛି। ରାଜ୍ୟର ୫ଟି ମହାନଗର ନିଗମ ମଧ୍ୟରୁ ବିଏମ୍‌ସି ଖୁବ୍‌ କମ୍‌ ଦିନରେ ୧୩୫ଟି ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରି ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବାରୁ ପୁରସ୍କୃତ କରାଯାଇଥିଲା।
ତେବେ ଏହି ଅଭିଯାନ ଅକ୍ଟୋବର ମାସ ପର୍ଯ୍ୟନ୍ତ ଚାଲୁ ରହିବ। ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କୁ ସରକାରଙ୍କ ନିୟମ ମୁତାବକ ଭୂମି ଅଧିକାର ପ୍ରମାଣପତ୍ର ଦେବା ପାଇଁ ପ୍ରକ୍ରିୟା ଜାରି ରହିଥିବା କମିଶନର କୁଲାଙ୍ଗେ କହିଛନ୍ତି। ଏହି ରାଜ୍ୟସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ବିଏମ୍‌ସି ଅଞ୍ଚଳର ୪ ହଜାର ୫୦୦ ହିତାଧିକାରୀଙ୍କୁ ଭୂମି ଅଧିକାର ପ୍ରମାଣପତ୍ର ବଣ୍ଟନ କରିଥିବାବେଳେ ବିଏମ୍‌ସିର ୩ଟି ଜୋନ୍‌ ଅଫିସରେ ବାକି ୪୬ ହଜାର ୫୦୦ ହିତାଧିକାରୀଙ୍କୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri