ସମ୍ଭାବ୍ୟ ବର୍ଷା ପାଇଁ କର୍ମଚାରୀଙ୍କ ଛୁଟି ବାତିଲକଲା ବିଏମ୍‌ସି

ଭୁବନେଶ୍ୱର, ୨।୧୦(ବନ୍ଦନା ସେଠୀ): ଅକ୍ଟୋବର ୩ ପର୍ଯ୍ୟନ୍ତ ଲଘୁଚାପଜନିତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏହାର ମୁକାବିଲା ପାଇଁ ତତ୍ପରତା ପ୍ରକାଶ କରିଛି। ଶନିବାର ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବର୍ଷାଜନିତ ଜଳବନ୍ଦୀ ତଥା ଅନ୍ୟାନ୍ୟ ସମସ୍ୟାର ତ୍ୱରିତ ସମାଧାନ ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲା ଯିବା ସହ ବିଏମ୍‌ସିର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଜଳବନ୍ଦୀ, ଗଛ ପଡିବା କିମ୍ବା କୌଣସି ଅସୁବିଧା ହେଲେ ନାଗରିକମାନେ ୧୯୨୯ରେ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି। ସମସ୍ତ ଜୋନାଲ ଡେପୁଟି କମିଶନରମାନେ ଖାଲୁଆ ଅଞ୍ଚଳ ଚିହ୍ନଟ କରିବା, ବିଇଓ ଓ ପ୍ରଧାନ ଶିକ୍ଷକଙ୍କ ସହ ଆଲୋନଚା କରି ଆଶ୍ରୟସ୍ଥଳଗୁଡିକୁ ପ୍ରସ୍ତୁତ ରଖିବା, ସ୍ଥାନୀୟ କର୍ପୋରେଟରଙ୍କୁ ସାମିଲ କରି ୱାର୍ଡ ସ୍ତରରେ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ସମସ୍ତ ଡ୍ରେନ ଭଲ ଭାବେ ସଫା ହୋଇଛି କି ନାହିଁ ତାହା ତଦାରଖ କରି ଡ୍ରେନରେ ଥିବା ଜାଲିଗୁଡିକୁ ଉଠାଇ ଦେବାକୁ ପରାମର୍ଶ ଦିଆଯାଇଛି। ଜଳବନ୍ଦୀ ଅଞ୍ଚଳ ଚିହ୍ନଟ କରିବା ସହ ଆବଶ୍ୟକ ସଂଖ୍ୟାରେ ପମ୍ପସେଟ୍‌, ଜେନେରେଟର ମହଜୁଦ୍‌ ରଖିବାକୁ କୁହାଯାଇଛି। ଆଗୁଆ ଶୁଖିଲା ଖାଦ୍ୟ ସାମଗ୍ରୀ ମହଜୁଦ୍‌ ରଖିବା, ଜଳବନ୍ଦୀ ଅଞ୍ଚଳରେ ବିପଦ ସଙ୍କୁଳ ଅବସ୍ଥାରେ ଥିବା ଘର ବା ନିର୍ମାଣ ଉପରେ ସତର୍କ ନଜର ରଖିବା, ଡ୍ରେନ୍‌ ଉପରେ ପାଣି ଚାଲିବା ସମ୍ଭାବନା ଥିବା ଅଞ୍ଚଳରେ ବାଉଁଶ ବ୍ୟାରିକେଡ୍‌ କରିବା ଏବଂ ସିଟି ଓମେନ୍ସ କଲେଜ ନିକଟରେ ହେଉଥିବା ଜଳବନ୍ଦୀ ମୁକାବିଲା ପାଇଁ ସତର୍କ ରହିବାକୁ କୁହାଯାଇଛି। ସେହିପରି ସଫେଇ ଏଜେନ୍ସି ଓ ବିଏମ୍‌ସିର ଟିମ୍‌ ସାନିଟେଶନକୁ ମଧ୍ୟ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ, ଶୁଭେନ୍ଦୁ କୁମାର ସାହୁ, ସୂର୍ଯ୍ୟବଂଶୀ ମୟୂର ବିକାଶ, ଡେପୁଟି କମିଶନର ଡ. ମନୋରଞ୍ଜନ ସାହୁଙ୍କ ସମେତ ସମସ୍ତ ଡେପୁଟି କମିଶନର,୩ ଜୋନାଲ ଡେପୁଟି କମିଶନର, ଟ୍ରାଫିକ ଡିସିପି, ଓଡ୍ରାଫ କମାଣ୍ଡାଣ୍ଟ୍‌, ସୁପରିଟେଣ୍ଡିଂ ଇଞ୍‌ିନିୟର, ବିଏମ୍‌ସି ଡ୍ରେନେଜ୍‌ ଡିଭିଜନ, ସୁପରିଟେଣ୍ଡିଂ ଇଂଜିନିୟର ଟିପିସିଓଡିଏଲ୍‌, ନିର୍ବାହୀ ଯନ୍ତ୍ରୀ-ବିଏମ୍‌ସି ବିଦ୍ୟୁତ୍‌ ବିଭାଗ, ଜେନେରାଲ ମ୍ୟାନେଜର ୱାଟ୍‌କୋ ଡିଭିଜନ-୧ ଓ ଡିଭିଜନ-୨, ଏଡିୟୁପିଏଚ୍‌ଓ, ସିଏମ୍‌ଏମ୍‌ଓ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri