ଓଏଚ୍‌ଆର୍‌ସିରେ ବ୍ୟକ୍ତିଗତ ହାଜର ପାଇଁ ବିଏମ୍‌ସି କମିଶନରଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮ା୪ (ବନ୍ଦନା ସେଠୀ): ଭୁବନେଶ୍ୱର ଓକିଲଙ୍କ ଅସ୍ଥାୟୀ ବୈଠକ ଗୃହ ଭଙ୍ଗା ଘଟଣାରେ ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ରେ ବ୍ୟକ୍ତିଗତ ଭାବେ ହାଜର ହେବେ ବିଏମ୍‌ସି କମିଶନର। ମେ’ ୨୨ରେ ହାଜର ହୋଇ ପକ୍ଷ ରଖିବାକୁ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମାନବାଧିକାର କମିଶନ। ୨୦୨୩ ଏପ୍ରିଲ ୧୧ରେ ଗୌତମନଗରସ୍ଥିତ ଓକିଲଙ୍କ ଅସ୍ଥାୟୀ ବୈଠକ ଖାନାକୁ ବିଏମ୍‌ସି ପକ୍ଷରୁ ବଳପୂର୍ବକ ଭଙ୍ଗାଯାଇଥିଲା। ଏନେଇ ତିନିଜଣ ଓକିଲ ବିଜୟ କୁମାର ପଣ୍ଡା, ଗୋଲକ ବିହାରୀ ନାୟକ ଏବଂ ଶୁଭାଶିଷ ପଣ୍ଡା ଓଏଚ୍‌ଆରସିରେ ଅଭିଯୋଗ କରିଥିଲେ। କମିଶନ ପକ୍ଷରୁ ସବୁ ପକ୍ଷଙ୍କୁ ନୋଟିସ୍‌ ଜାରି କରିବା ସହ ବିଏମ୍‌ସିର ତତ୍କାଳୀନ ଏନ୍‌ଫୋର୍ସମେଣ୍ଟ ଅଧିକାରୀଙ୍କ ସତ୍ୟପାଠ ଏବଂ ବ୍ୟକ୍ତିଗତ ଶୁଣାଣି କରାଯାଇଥଲା। ସମ୍ପୃକ୍ତ ବୈଠକ ଖାନା ବା ଅସ୍ଥାୟୀ ଗୃହକୁ ବଳପୂର୍ବକ ଭଙ୍ଗାଯାଇଥିବାରୁ ଓକିଲଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା କିମ୍ବା ୧ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ବିଏମ୍‌ସି କମିଶନରଙ୍କୁ ଆଦେଶ ଦିଆଯାଇଥିଲା। ଏହି ଆଦେଶକୁ ୪ମାସ ଭିତରେ ପାଳନ ପାଇଁ କମିଶନ ଅଧ୍ୟକ୍ଷ ବିଚାରପତି ଶତ୍ରୁଘନ ପୁଜାହାରୀଙ୍କୁ ନେଇ ଗଠିତ ଜଣିକିଆ ଖଣ୍ଡପୀଠ ୨୦୨୪ ଜୁଲାଇ ୯ରେ ଏହି ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଇତି ମଧ୍ୟରେ ୮ମାସ ବିତିଯାଇଥିଲେ ହେଁ ଏହାକୁ କାର୍ଯ୍ୟକାରୀ କରାଯାଇନାହିଁ। ଏପରିକି କମିଶନଙ୍କ ଆଦେଶକୁ ନେଇ ବିଏମ୍‌ସି ପକ୍ଷରୁ କୌଣସି ଜବାବ ଦାଖଲ କରାଯାଇ ନାହିଁ। ତେଣୁ ମାନବାଧିକାର କମିଶନଙ୍କ ପକ୍ଷରୁ ବିଏମ୍‌ସି କମିଶନରଙ୍କୁ ବ୍ୟକ୍ତିଗତ ହାଜର ପାଇଁ ଆଦେଶ ଦିଆଯାଇଥିଲା। ପରେ ବିଏମ୍‌ସି କମିଶନରଙ୍କ ପକ୍ଷରୁ ଓକିଲ ଜରିଆରେ ପୁନଃ ଶୁଣାଣି ପାଇଁ ଆବେଦନ ସହ ବ୍ୟକ୍ତିଗତ ହାଜିରାରୁ ଛାଡ଼ ପାଇଁ ଆବେଦନ ହୋଇଥିଲା। ମାତ୍ର ଚଳିତ ମାସ ୧୦ ତାରିଖରେ ଏହି ଆବେଦନର ଶୁଣାଣି ହୋଇ ବିଏମ୍‌ସି କମିଶନରଙ୍କ ବ୍ୟକ୍ତିଗତ ହାଜିରା ଛାଡ଼ ଆବେଦନକୁ ଖାରଜ କରାଯାଇଥିଲା। ଏଥିସହ ମେ’ ୨୨ରେ କମିଶନରଙ୍କୁ ବ୍ୟକ୍ତିଗତ ହାଜର ପାଇଁ ଆଦେଶ ଦେବା ସହ ପୁନଃଶୁଣାଣି କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri