ଇ-ରିକ୍ସାରେ ବିଏମ୍‌ସି କମିଶନର

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଇ-ରିକ୍ସାରେ ବସି ବିଏମ୍‌ସି କମିଶନର ତଥା କ୍ରୁଟ ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ ଏକାମ୍ର କ୍ଷେତ୍ର ପରିଭ୍ରମଣ କରିଛନ୍ତି। ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କ୍ରୁଟ୍‌ ପକ୍ଷରୁ ‘ହେରିଟେଜ୍‌ ଅନ୍‌ ମୋ ଇ-ରାଇଡ୍‌’ ସେବା ପ୍ରଦାନ କରାଯାଉଛି। ତେବେ ଲୋକଙ୍କୁ ଏହି ସେବା ସମ୍ପର୍କରେ ଅବଗତ କରିବା ପାଇଁ କୁଲାଙ୍ଗେ ଏହି ଯାତ୍ରା କରିଛନ୍ତି। ଏକାମ୍ର କ୍ଷେତ୍ର ବୁଲିବାକୁ ଚାହଁଥିବା ନାଗରିକ ଓ ପର୍ଯ୍ୟଟକ ଇ-ରିକ୍ସାରେ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଏହି ସେବା ପାଇପାରିବେ। ଏକାମ୍ର କ୍ଷେତ୍ର ଓ ଅନ୍ୟାନ୍ୟ ଦର୍ଶନୀୟ ସ୍ଥାନ ପରିଦର୍ଶନ କରିବାକୁ ଚାହୁଁଥିବା ବ୍ୟକ୍ତିମାନେ ସକାଳ ୭ଟାରୁ ୯ଟା ଏବଂ ଅପରାହ୍ନ ୩ ଟାରୁ ୫ଟା ଦୁଇଟି ପର୍ଯ୍ୟାୟରେ ନିଃଶୁକ୍ଳ ଯାତ୍ରା କରିପାରିବେ ବୋଲି ସୂଚନା ଦିଆଯାଇଛି। ଅନ୍ୟପଟେ ହକି ବିଶ୍ୱକପ୍‌ର ବୈଧ ଟିକେଟ ରଖିଥିବା ଯାତ୍ରୀ ଭୁବନେଶ୍ୱରରୁ ରାଉରକେଲା କ୍ରୁଟ୍‌ର ସ୍ବତନ୍ତ୍ର ସଟଲ୍‌ରେ ନିଃଶୁକ୍ଳ ଯାତ୍ରା କରିପାରୁଛନ୍ତି। ଟିକେଟ ଉପରେ ଲେଖା ଯାଇଥିବା ତାରିଖ ଆଧାରରେ କ୍ରୀଡ଼ାପ୍ରେମୀମାନେ ଏହି ସୁବିଧା ପାଇ ପାଇପାରୁଛନ୍ତି। ସେହିପରି ୨୯ ତାରିଖ ପର୍ଯ୍ୟନ୍ତ ଏହି ସେବା ଭୁବନେଶ୍ୱରର ୩ଟି ରୁଟ୍‌ରେ ଉପଲବ୍ଧ ହେବ। ଡଟ୍‌ଫେଷ୍ଟ ଏବଂ କଳିଙ୍ଗ ଷ୍ଟାଡିୟମ୍‌କୁ ଯିବାକୁ ଥିବା ଯାତ୍ରୀ ଟିକେଟ୍‌ ଦେଖାଇ ଅନୁରୂପ ସୁବିଧା ପାଇପାରିବେ। ଅନ୍ୟପଟେ ଚଳିତମାସରେ ମୋ ବସରେ ଯାତ୍ରୀଙ୍କ ସଂଖ୍ୟ ବଢ଼ିଛି। ଜାନୁଆରୀ ୧ରୁ ୧୫ ତାରିଖ ମଧ୍ୟରେ ମୋଟ୍‌ ୩୩ ଲକ୍ଷ ୬୧ ହଜାର ୮୭୯ ଜଣ ଯାତ୍ରୀ ମୋ ବସରେ ଯାତ୍ରା କରିଥିବା କ୍ରୁଟ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri