ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ! ସଭାପତି ଡାକିଥିଲେ, ଆଲୋଚନା କଲି; ଘରକୁ ଯାଉଛି କହି ଜଗନ୍ନାଥ ପ୍ରଧାନ…

ଭୁବନେଶ୍ୱର,୨।୭: ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଫିସରେ ଜଣେ ଓଏଏସ୍‌ ଅଧିକାରୀ ତଥା ନିଗମର ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ବଡ଼ ଖବର ସାମ୍ନାକୁ ଆସିଛି। ବୁଧବାର ଅଭିଯୁକ୍ତ ତଥା ବିଏମ୍‌ସି କର୍ପୋରେଟର ଜଗନ୍ନାଥ ପ୍ରଧାନଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ସେ ସରେଣ୍ଡର କରିପାରନ୍ତି ନଚେତ ଦଳରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ ବୋଲି କୁହାଯାଉଥିଲା। ହେଲେ ରାତି ସୁଦ୍ଧା ସେଭଳି କିଛି ହେବା ଭଳି ମନେ ହେଉନାହିଁ। କହିବାକୁ ଗଲେ ସବୁକିଛିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।

ଜଗନ୍ନାଥ ସଂନ୍ଧ୍ୟାରେ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବା ପରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ଘଣ୍ଟାଏ ଧରି ବୈଠକ ଚାଲିଥିଲା। ଏହି ବୈଠକ ପରେ କାର୍ଯାଳୟ ବାହାରେ ପ୍ରତିକ୍ରିୟା ରଖି ସେ କେବଳ ଦୁଇ ଧାଡ଼ି କହି ଏଡ଼ାଇ ଯାଇଛନ୍ତି। ସଭାପତି ମୋତେ ଡାକିଥିଲେ, ଆବଶ୍ୟକୀୟ ଆଲୋଚନା ପରେ ମୁଁ ଏବେ ଘରକୁ ଯାଉଛି ବୋଲି ସେ କହି ଗାଡ଼ିରେ ବସି ଚାଲିଯାଇଥିଲେ। ଏହାକୁ ନେଇ ରାଜନୀତି ସରଗରମ ହୋଇଛି।

ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଅଭିଯୋଗ ହେଉଛି ଯେ, ସେ ଓ ତାଙ୍କ ସହଯୋଗୀମାନେ ବିଏମସି ଅଫିସରେ ଜନଶୁଣାଣି ସମୟରେ ରତ୍ନାକର ସାହୁଙ୍କ ଚାମ୍ବରରେ ପଶି ତାଙ୍କୁ ଆକ୍ରମଣ କରିଥିଲେ। ଏହି ଘଟଣା ପରେ ରତ୍ନାକର ସାହୁ ଅସୁସ୍ଥ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଖାରବେଳ ନଗର ଥାନା ପୁଲିସ ଏହି ମାମଲାରେ ଜଗନ୍ନାଥ ପ୍ରଧାନଙ୍କ ସମେତ ରଶ୍ମୀ ମହାପାତ୍ର ଓ ଦେବାଶିଷ ପ୍ରଧାନଙ୍କୁ ଗିରଫ କରିଛି।

ଏହି ଘଟଣା ରାଜଧାନୀ ଭୁବନେଶ୍ୱରରେ ରାଜନୈତିକ ଓ ପ୍ରଶାସନିକ ମହଲରେ ତୀବ୍ର ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଏହି ମାମଲାରେ ତଦନ୍ତ ଜାରି ରଖିଛି ଏବଂ ସିସିଟିଭି ଫୁଟେଜ ଯାଞ୍ଚ କରୁଛି। ଜଗନ୍ନାଥ ପ୍ରଧାନଙ୍କ ଭବିଷ୍ୟତ ରାଜନୈତିକ ପଦକ୍ଷେପ ଏବଂ ଭାଜପାର ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri