ବିଏମସିକୁ ମିଳିଲା ‘ସ୍କଚ୍‌ ଆୱାର୍ଡ’

ଭୁବନେଶ୍ୱର,୧୩।୭ (ଅନୁରାଧା ମହାରଣା)ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)କୁ ସମ୍ମାନଜନକ ‘ସ୍କଚ୍‌ ଆୱାର୍ଡ’ ମିଳିଛି। ବୈପ୍ଲବିକ ଇଣ୍ଟିଗ୍ରେଟେଡ୍‌ ସାନିଟେଶନ ସିଷ୍ଟମ (ସଫା) ଭୁବନେଶ୍ୱର ଆପ୍‌ ପାଇଁ ସ୍କଚ୍‌ ପୁରସ୍କାର ବା ‘ସୁବର୍ଣ୍ଣ ମାନକ’ ହାସଲ କରିବାକୁ ବିଏମ୍‌ସି ସକ୍ଷମ ହୋଇଛି। ଏହା ମହାନଗର ନିଗମବାସୀ ଶ୍ରେୟ ବୋଲି ବିଏମ୍‌ସି କର୍ତ୍ତୃପକ୍ଷ କହିଛନ୍ତି। ସହରୀ ପରିମଳ ସେବାରେ ନବସୃଜନ ଏବଂ ଉତ୍କର୍ଷତା ପାଇଁ ବିଏମ୍‌ସିର ଉଦ୍ୟମ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ସ୍ବଚ୍ଛ ଓ ସ୍ବାସ୍ଥ୍ୟକର ସହର ପାଇଁ ଭୁବନେଶ୍ୱରରେ ସହରୀ ପରିମଳ ସେବାକୁ ବୈପ୍ଳବିକ କରିବାରେ ସଫା ଆପ୍‌ର ଉଲ୍ଲେଖନୀୟ ଭୂମିକା ରହିଥିବା କୁହାଯାଇଛି। ବିଏମସିର ଇଣ୍ଟିଗ୍ରେଟେଡ କମାଣ୍ଡ୍‌ କଣ୍ଟ୍ରୋଲ ସେଣ୍ଟରରୁ ଏହି ଆପ୍‌ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ନାଗରିକଙ୍କ ଅଭିଯୋଗର ସମାଧାନ କରିବାରେ ଏହା ବେଶ୍‌ ସହାୟକ ହୋଇପାରିଛି। ସଫା ଭୁବନେଶ୍ୱର ଆପ୍‌ରେ ଆବର୍ଜନା ପୃଥକତା ବିଷୟରେ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରାଯାଇପାରୁଛି। ଏହି ଆପ୍‌ ଦକ୍ଷ ବର୍ଜ୍ୟବସ୍ତୁ ପରିଚାଳନା ଓ ପୁନଃବ୍ୟବହାରକୁ ପ୍ରୋତ୍ସାହିତ କରୁଛି। ଏହାର ଡିଜିଟାଲ ରିପୋର୍ଟିଂ ଉପକରଣଗୁଡ଼ିକ ସମସ୍ତ ସ୍ଥାନ ତଥା ସମସ୍ୟା ଉପରେ ତତକ୍ଷଣାତ୍‌ ଅବଗତ କରାଇପାରୁଛି। ଏହା ସହିତ ଆପ୍‌ର କାର୍ଯ୍ୟକାରିତା ଡ୍ରେନ ସଫେଇ, ସ୍ବଚ୍ଛତା ମାନ ବଜାୟ ରଖିବା ଏବଂ ଜଳଜନିତ ରୋଗକୁ ରୋକିବାରେ ଯଥେଷ୍ଟ ଅବଦାନ ରହିଛି ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ରାଜଧାନୀବାସୀଙ୍କୁ ସଫା ଭୁବନେଶ୍ୱର ଆପ୍‌ ଡାଉନଲୋଡ୍‌ କରି ସେବା ପାଇବାକୁ ମେୟର ସୁଲୋଚନା ଦାସ ଏବଂ କମିଶନର ବିଜୟ ଅମୃତା କୁଲାଙ୍ଗେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?