ବିଏମ୍‌ସି କଠିନ ବର୍ଜ୍ୟବସ୍ତୁ ପ୍ରକଳ୍ପ କାର୍ଯ୍ୟାରମ୍ଭ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ନିର୍ମିତ ହୋଇଥିବା କଠିନ ବର୍ଜ୍ୟବସ୍ତୁ ପ୍ରକଳ୍ପ ପ୍ରାୟ ୩ ବର୍ଷ ପରେ କାର୍ଯ୍ୟାରମ୍ଭ ହୋଇଛି। ଏ ନେଇ ବୁଧବାର ବିଏମ୍‌ସି କମିଶନର ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ନିର୍ବାହୀ ଯନ୍ତ୍ରୀ ବସନ୍ତ ପାଢୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ଏବଂ ଯନ୍ତ୍ରୀ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି। ଏହି ପ୍ରକଳ୍ପ କିଭଳି ସୁରୁଖୁରୁରେ ଚାଲିବ ସେ ନେଇ ପରିଦର୍ଶନ ବେଳେ ଆଲୋଚନା କରିଥିଲେ। ବିଶେଷକରି ଆବର୍ଜନା ପୃଥକୀକରଣ ସମୟରେ ପଲିଥିନ ଓ ଅନ୍ୟାନ୍ୟ କଠିନ ବର୍ଜ୍ୟବସ୍ତୁର ପ୍ରକ୍ରିୟାକରଣ ଜରିଆରେ ସେଥିରୁ ପ୍ରସ୍ତୁତ ମେଟାଲ, ସାର ଓ ଖତକୁ କିଭଳି ବିଭିନ୍ନ କାର୍ଯ୍ୟରେ ବ୍ୟବହାର କରାଯାଇ ପାରିବ ସେ ନେଇ ସମୀକ୍ଷା କରାଯାଇଥିଲା।
ସୂଚନାଯୋଗ୍ୟ, ୨୦୦୮ ରେ ମହୁଡାଠାରେ ବିଏମ୍‌ସି ପକ୍ଷରୁ ୩୧.୬୨ ଏକର ଜାଗାରେ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିର୍ମାଣ କରିବାକୁ ସ୍ଥାନ ଚିହ୍ନଟ ହୋଇଥିଲା। ଏ ନେଇ କାଉନ୍‌ସିଲ ବୈଠକରେ ପ୍ରସ୍ତାବକୁ ମଞ୍ଚୁରୀ ମିଳିଥିଲା। କିନ୍ତୁ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ହୋଇପାରି ନ ଥିଲା। ଏହାପରେ ୨୦୧୩ ରେ ଟେଣ୍ଡର ଡକାଯାଇଥିଲା। କିନ୍ତୁ ୨୦୧୪ରେ ସ୍ବଚ୍ଛ ଭାରତ ମିଶନକୁ ଗୁରୁତ୍ୱ ଦିଆଯାଇ ୧୫ ଲକ୍ଷ ଟଙ୍କା ବ୍ୟୟରେ ବର୍ଜ୍ୟବସ୍ତୁ ପରିଚାଳନା ପ୍ର୍‌କଳ୍ପ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହୋଇଥିଲା। ଫଳରେ ପ୍ରକଳ୍ପ କାର୍ଯ୍ୟ ଅଗ୍ରସର ହୋଇଥିଲା। ଏଥିସହ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ଜନ ଶୁଣାଣୀରେ ଅଞ୍ଚଳବାସୀଙ୍କ ପ୍ରକଳ୍ପ କାର୍ଯ୍ୟ ନେଇ ସମର୍ଥନ ମଧ୍ୟ ମିଳିଥିଲା। ଏହାପରେ ବିଏମ୍‌ସି ପକ୍ଷରୁ ବରୋଦାର ଏକ କମ୍ପାନୀକୁ ଟେଣ୍ଡର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶୁଭ ଦିଆଯାଇଥିଲା। କିନ୍ତୁ ପ୍ରକଳ୍ପ କାର୍ଯ୍ୟରେ ଅହେତୁକ ବିଳମ୍ବରୁ ବିଏମସି ପକ୍ଷରୁ ପୁଣି ଥରେ ଟେଣ୍ଡର ଆହ୍ବାନ ପାଇଁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗକୁ ଅନୁରୋଧ କରାଯାଇଥିଲା। ଫଳରେ ପୁଣେର ଏକ କମ୍ପାନୀକୁ ୨୦୧୭ରେ ପ୍ରକଳ୍ପ କାର୍ଯ୍ୟ ନିମନ୍ତେ ଟେଣ୍ଡର ଦିଆଯାଇଥିଲା। ଏଥିସହ ୨୦୧୮ରେ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସାରିବା ପାଇଁ ଲକ୍ଷ୍ୟ ରଖାଯାଇଥିଲା। କିନ୍ତୁ ସମ୍ପୃକ୍ତ କମ୍ପାନୀର କେତେକ ସମସ୍ୟାରୁ ପ୍ରକଳ୍ପ କାର୍ଯ୍ୟ ସମୟ ସୀମା ବୃଦ୍ଧି ପାଇ ୨୦୧୯ ଜାନୁୟାରୀରେ ଶେଷ ହେବାର ଥିଲା। କିନ୍ତୁ ପ୍ରାୟ ୩ ବର୍ଷ ପରେ ବର୍ତ୍ତମାନ ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇ କାର୍ଯ୍ୟାରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?