ଉଠାଦୋକାନୀ ମହାସଂଘ ସହ ବିଏମ୍‌ସିର ଆଲୋଚନା

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ):ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ସହ ଆଲୋଚନା କରିଛି ବିଏମ୍‌ସି। ସୋମବାର ଉତ୍ତର ବିଏମ୍‌ସି କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ମହାସଂଘର ୧୦ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଥିଲା। ଉଠା ଦୋକାନ ଉଚ୍ଛେଦକୁ ତୁରନ୍ତ ବନ୍ଦ କରିବା, ଉଚ୍ଛେଦ ଦୋକାନୀଙ୍କୁ କ୍ଷତିପୂରଣ ସହ ଭେଣ୍ଡିଂଜୋନ୍‌ରେ ଥଇଥାନ କରିବା, ଉଚ୍ଛେଦ ସମୟରେ ଗାଳିଗୁଲଜ କରୁଥିବା ଅଧିକାରୀଙ୍କୁ ଆପରାଧିକ ଆଇନ ଅନୁଯାୟୀ ଗିରଫ କରିବା, ଉଚ୍ଛେଦ ସମୟରେ ମାନବିକତା ଅବଲମ୍ବନ କରିବା, ଉଚ୍ଛେଦ ହୋଇଥିବା ଦୋକାନୀଙ୍କ ତାଲିକା ଅନୁଯାୟୀ ୧ମାସ ମଧ୍ୟରେ ଥଇଥାନ କରିବା, ମହାସଂଘ କମିଟି ସହ ଆଲୋଚନା କରି ଉଚ୍ଛେଦ କରିବା, ଭେଣ୍ଡିଂଜୋନ୍‌ରେ ସ୍ଥାନୀୟ ଉଠା ଦୋକାନୀଙ୍କୁ ଥଇଥାନ କରିବା ଓ ବିଏମ୍‌ସି ସ୍କ୍ବାଡ୍‌ ସହିତ ମହାସଂଘର ସ୍କ୍ବାଡ୍‌କୁ ସାମିଲ୍‌ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରିବା ଉପରେ ଡେପୁଟି କମିଶନର ପୁରନ୍ଦର ନନ୍ଦଙ୍କ ସହ ଆଲୋଚନା କରାଯାଇଥିଲା। ଏନେଇ ଉପରିସ୍ଥ ଅଧିକାରୀଙ୍କ ସହ ଆଲୋଚନା କରାଯାଇ ତୁରନ୍ତ ସମାଧାନ କରିବାକୁ ନନ୍ଦ ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ଉତ୍ତର ବିଏମ୍‌ସି ଅଞ୍ଚଳରେ ୩୦ଟି ଭେଣ୍ଡିଂଜୋନ ତିଆରି କରିବା ପାଇଁ ଜିଏ ବିଭାଗକୁ ଜାଗା ମଗାଯାଇଛି। ଜାଗା ମିଳିବା ପରେ ଉଚ୍ଛେଦ ଦୋକାନୀଙ୍କୁ ସେଠାରେ ଥଇଥାନ କରାଯିବ ବୋଲି ସେ କହିଥିଲେ। ତେବେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଥିବାରୁ ଏହାକୁ ବିରୋଧ କରାଯାଇଥିଲା। ପ୍ରତିବାଦ ସ୍ବରୂପ ୩୦ ତାରିଖରେ ବିଏମ୍‌ସି, ବିଡିଏ, ନବୀନ ନିବାସ, କଳିଙ୍ଗ ଷ୍ଟାଡ଼ିୟମର ୪ଟି ଗେଟ୍‌କୁ ଉଠାଦୋକାନୀ ଏବଂ ତାଙ୍କ ପରିବାର ସଦସ୍ୟ ଘେରାଉ କରିବେ ବୋଲି ମହାସଂଘ ସଭାପତି ପ୍ରତାପ ସାହୁ ସୂଚନା ଦେଇଛନ୍ତି। ବୈଠକରେ ଆସିଣ୍ଟାଣ୍ଟ କମିଶନର ଉମେଶ ଚନ୍ଦ୍ର ଲେଙ୍କା, ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ, ମହାସଂଘର ଅନୁଜ ପ୍ରଧାନ, ଜଗବନ୍ଧୁ ବେହେରା, କରୁଣାକର ରାଉତ, ଏସ୍‌.କେ. ଗୁହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri