ବିଏମ୍‌ସି ଟ୍ୟାକ୍ସ କଲେକ୍ଟର, ଅବସରପ୍ରାପ୍ତ କର୍ମଚାରୀ ଗିରଫ

ଭୁବନେଶ୍ୱର,(ବ୍ୟୁରୋ)୨୩ା୮:ହୋଲ୍ଡିଂ ଟ୍ୟାକ୍ସ ପରିମାଣ କମାଇବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ୟାକ୍ସ କଲେକ୍ଟର ହେମନ୍ତ କୁମାର ସାହୁ ଓ ସହଯୋଗୀ ତଥା ଅବସରପ୍ରାପ୍ତ କର୍ମଚାରୀ ଯୋଗେନ୍ଦ୍ର ପ୍ରଧାନ। ସେମାନଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏନେଇ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା (ନଂ.୨୬) ରୁଜୁ କରାଯାଇ ଅଭିଯୁକ୍ତଦ୍ୱୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି।
ଭିଜିଲାନ୍ସର ସୂଚନାନୁସାରେ, ଘାଟିକିଆ ଅଞ୍ଚଳର ସଞ୍ଜୟ କୁମାର ସାହୁ ହୋଲ୍ଡିଂ ଟ୍ୟାକ୍ସ କମାଇବାକୁ ଟ୍ୟାକ୍ସ କଲେକ୍ଟର ହେମନ୍ତ କୁମାର ସାହୁଙ୍କୁ କହିଥିଲେ। ଏଥିପାଇଁ ହେମନ୍ତ ୧୫ ହଜାର ଟଙ୍କା ଦାବି କରିଥିଲେ। ଏନେଇ ସଞ୍ଜୟ ଭୁବନେଶ୍ୱର ଭିଜିଲାନ୍ସକୁ ଜଣାଇବା ପରେ ଚଢ଼ାଉ ପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା। ଯୋଜନା ମୁତାବକ ଖଣ୍ଡଗିରି ବାରି କମ୍ୟୁନିଟି ସେଣ୍ଟରସ୍ଥିତ ଓ୍ବାର୍ଡ ଅଫିସ୍‌-୨୩ରେ ସଞ୍ଜୟ ପହଞ୍ଚତ୍ କେମିକାଲ ବୋଳା ହୋଇଥିବା ୧୫ହଜାର ଟଙ୍କା ଟ୍ୟାକ୍ସ କଲେକ୍ଟର ହେମନ୍ତଙ୍କୁ ଦେଇଥିଲେ। ଏହାପରେ ହେମନ୍ତ ସାଢ଼େ ୭ହଜାର ଟଙ୍କା ନିଜ ପାଖରେ ରଖି ଅବଶିଷ୍ଟ ସାଢ଼େ ୭ହଜାର ସହଯୋଗୀ ଯୋଗେନ୍ଦ୍ରଙ୍କୁ ଦେଇଥିଲେ। ଏହି ସମୟରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ଯାଞ୍ଚ କରିବାରୁ ସେମାନଙ୍କ ପକେଟରୁ ଟଙ୍କା ମିଳିଥିଲା। ଉଭୟଙ୍କ ହାତ ଓ ପକେଟ ଧୁଆଯିବା ପରେ କେମିକାଲ ବାହାରିଥିଲା। ଏହାପରେ ସମସ୍ତ ଟଙ୍କା ଜବତ କରାଯିବା ସହ ଅଭିଯୁକ୍ତ ହେମନ୍ତ ଓ ଯୋଗେନ୍ଦ୍ରଙ୍କୁ ଭିଜିଲାନ୍ସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri