ବିଏମ୍‌ସି ଟ୍ୟାକ୍ସ କଲେକ୍ଟର, ଅବସରପ୍ରାପ୍ତ କର୍ମଚାରୀ ଗିରଫ

ଭୁବନେଶ୍ୱର,(ବ୍ୟୁରୋ)୨୩ା୮:ହୋଲ୍ଡିଂ ଟ୍ୟାକ୍ସ ପରିମାଣ କମାଇବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ୟାକ୍ସ କଲେକ୍ଟର ହେମନ୍ତ କୁମାର ସାହୁ ଓ ସହଯୋଗୀ ତଥା ଅବସରପ୍ରାପ୍ତ କର୍ମଚାରୀ ଯୋଗେନ୍ଦ୍ର ପ୍ରଧାନ। ସେମାନଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏନେଇ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା (ନଂ.୨୬) ରୁଜୁ କରାଯାଇ ଅଭିଯୁକ୍ତଦ୍ୱୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି।
ଭିଜିଲାନ୍ସର ସୂଚନାନୁସାରେ, ଘାଟିକିଆ ଅଞ୍ଚଳର ସଞ୍ଜୟ କୁମାର ସାହୁ ହୋଲ୍ଡିଂ ଟ୍ୟାକ୍ସ କମାଇବାକୁ ଟ୍ୟାକ୍ସ କଲେକ୍ଟର ହେମନ୍ତ କୁମାର ସାହୁଙ୍କୁ କହିଥିଲେ। ଏଥିପାଇଁ ହେମନ୍ତ ୧୫ ହଜାର ଟଙ୍କା ଦାବି କରିଥିଲେ। ଏନେଇ ସଞ୍ଜୟ ଭୁବନେଶ୍ୱର ଭିଜିଲାନ୍ସକୁ ଜଣାଇବା ପରେ ଚଢ଼ାଉ ପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା। ଯୋଜନା ମୁତାବକ ଖଣ୍ଡଗିରି ବାରି କମ୍ୟୁନିଟି ସେଣ୍ଟରସ୍ଥିତ ଓ୍ବାର୍ଡ ଅଫିସ୍‌-୨୩ରେ ସଞ୍ଜୟ ପହଞ୍ଚତ୍ କେମିକାଲ ବୋଳା ହୋଇଥିବା ୧୫ହଜାର ଟଙ୍କା ଟ୍ୟାକ୍ସ କଲେକ୍ଟର ହେମନ୍ତଙ୍କୁ ଦେଇଥିଲେ। ଏହାପରେ ହେମନ୍ତ ସାଢ଼େ ୭ହଜାର ଟଙ୍କା ନିଜ ପାଖରେ ରଖି ଅବଶିଷ୍ଟ ସାଢ଼େ ୭ହଜାର ସହଯୋଗୀ ଯୋଗେନ୍ଦ୍ରଙ୍କୁ ଦେଇଥିଲେ। ଏହି ସମୟରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ଯାଞ୍ଚ କରିବାରୁ ସେମାନଙ୍କ ପକେଟରୁ ଟଙ୍କା ମିଳିଥିଲା। ଉଭୟଙ୍କ ହାତ ଓ ପକେଟ ଧୁଆଯିବା ପରେ କେମିକାଲ ବାହାରିଥିଲା। ଏହାପରେ ସମସ୍ତ ଟଙ୍କା ଜବତ କରାଯିବା ସହ ଅଭିଯୁକ୍ତ ହେମନ୍ତ ଓ ଯୋଗେନ୍ଦ୍ରଙ୍କୁ ଭିଜିଲାନ୍ସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?