ପାର୍ବଣରେ ବିଭିନ୍ନ ମଣ୍ଡପରେ ବ୍ୟବହୃତ ଫୁଲରୁ ସୁଗନ୍ଧିତ ଧୂପକାଠି ତିଆରି କରି ବିକ୍ରି କରିବ BMC

ଭୁବନେଶ୍ୱର,୨୧।୮(ଅନୁରାଧା ମହାରଣା): ଗଣେଶ ପୂଜା ପାଖେଇ ଆସୁଛି। ତେବେ ସେଥିପାଇଁ ରାଜଧାନୀବାସୀଙ୍କ ମଧ୍ୟରେ ଉସତ୍ାହ ଦେଖିବାକୁ ମିଳିଛି। ମାତ୍ର ଉତ୍ସବରେ ଲାଗି ହେଉଥିବା ଫୁଲ ଏବଂ ପୂଜାର୍ଚ୍ଚନ ବର୍ଜ୍ୟର ଅନୁପଯୁକ୍ତ ନିଷ୍କାସନ ଅସୱାସ୍ଥ୍ୟକର ପରିସ୍ଥିତି ସୃଷ୍ଟି କରିଥାଏ ଏବଂ ଭକ୍ତମାନଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଥାଏ । ଏହି ସାଂସ୍କୃତିକ ଚେତନାକୁ ସମ୍ମାନ ଦେବା ଏବଂ ପରିବେଶର ସୱଚ୍ଛତା ବୃଦ୍ଧି ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି.) ଫୁଲ ଏବଂ ପୂଜା ବର୍ଜ୍ୟରେ ଉପଯୁକ୍ତ ସଂଗ୍ରହ ଏବଂ ପ୍ରକ୍ରିୟାକରଣ ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି।

ସଂଗୃହୀତ ଫୁଲ ବର୍ଜ୍ୟକୁ ଧୂପକାଠି ଭଳି ମୂଲ୍ୟବାନ ଉତ୍ପାଦରେ ପ୍ରକ୍ରିୟାକରଣ କରାଯିବ। ଅର୍ଥାତ୍‌ ଠାକୁରଙ୍କ ପାଖରୁ ଆସୁଥିବା ଏହି ସମସ୍ତ ପୂଜାଫୁଲ ପୁଣି ସେହି ଠାକୁରଙ୍କ ପାଖରେ ଲାଗି ହେବ। ଏହାଦ୍ୱାରା ଏକ ସ୍ବଚ୍ଛ, ପ୍ଲାଷ୍ଟିକ ମୁକ୍ତ ପରିବେଶ ସୃଷ୍ଟି ହେବ ଏବଂ ବର୍ଜ୍ୟବସ୍ତୁର ଉପଯୁକ୍ତ ଉପଯୋଗ ହେବ। କେବଳ ଫୁଲ ଏବଂ ପୂଜା ବର୍ଜ୍ୟ ସଂଗ୍ରହ ଉଦ୍ଦେଶ୍ୟରେ ପ୍ରତ୍ୟେକ ଜୋନରେ ଏକ ନିର୍ଦ୍ଦିଷ୍ଟ ସ୍ବେଚ୍ଛାସେବୀ ସଂଗଠନକୁ ଗୋଟିଏ ସ୍ବତନ୍ତ୍ର ଯାନ ପ୍ରଦାନ କରାଯିବ। ସେଥିରେ ଅନ୍ୟ କୌଣସି ଆବର୍ଜନା ସଂଗ୍ରହ କରାଯିବ ନାହିଁ। ସଂଗୃହୀତ ବର୍ଜ୍ୟବସ୍ତୁ କେବଳ ପୂଜା ମଣ୍ଡପରୁ ସଂଗ୍ରହ କରାଯିବ ଏବଂ ପ୍ରକ୍ରିୟାକରଣ ପାଇଁ ପୋଖରୀପୁଟ ପ୍ଲାଣ୍ଟକୁ ପରିବହନ କରାଯିବ ।

ଏଥିପାଇଁ ଲୋକମାନଙ୍କୁ ସଚେତନ କରାଯିବାର ଯୋଜନା କରାଯାଇଛି। ସାନିଟାରୀ ଷ୍ଟାଫ ଏବଂ ଏନଜିଓ ପ୍ରତିନିଧିମାନେ ବ୍ୟାପକ ସୂଚନା, ଶିକ୍ଷା ଏବଂ ଯୋଗାଯୋଗ କାର୍ଯ୍ୟକ୍ରମ ପରିଚାଳନା କରିବେ। କର୍ପୋରେଟର ଏବଂ ଅନ୍ୟ ଗୋଷ୍ଠୀର ସଦସ୍ୟମାନଙ୍କୁ ସ୍ଥାନୀୟ ବାସିନ୍ଦା/ପୂଜା ମଣ୍ଡପଗୁଡିକୁ ଏହି ସେବା ବିଷୟରେରେ ସୂଚନା ପ୍ରଦାନ କରିବା ଦିଗରେ ସାହାଯ୍ୟ କରିବାକୁ ଅନୁରୋଧ କରାଯାଇଛି । ପୂଜା କମିଟି ୧୯୨୯ସ୍‌ରେ ସ୍ବତନ୍ତ୍ର ହେଲ୍ପଲାଇନକୁ କଲ କରି ଏହି ସେବାର ଲାଭ ଉଠାଇପାରିବେ। ଏଥିପାଇଁ ସମସ୍ତ ପୂଜା କମିଟିର କାର୍ଯ୍ୟକର୍ତ୍ତା ଓ ସଦସ୍ୟ ସଦସ୍ୟା ସହଯୋଗ କରିବା ସହ ଜନ ସଚେତନତା ସୃଷ୍ଟି କରିବା ପାଇଁ ବିଏମସି ପକ୍ଷରୁ ଅନୁରୋଧ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?