BMC ହିଂସାକାଣ୍ଡ: ଭାଜପାର ବଡ଼ ଆକ୍ସନ: ୫ଙ୍କୁ ଭାଜପାରୁ ନିଲମ୍ବନ

ଭୁବନେଶ୍ୱର,୧।୭: ଭୁବନେଶ୍ୱର ମହାନଗର ନିଗମ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାକୁ ନେଇ ୫ ଜଣଙ୍କୁ
ଭାଜପା ପ୍ରାଥମିକ ସଦସ୍ୟ ପଦରୁ ଦଳ ନିଲମ୍ବିତ କରିଛି। ରାଜ୍ୟ ସଭାପତି ମନମୋହନ ସାମଲ ସେମାନଙ୍କୁ ନିଲମ୍ବନ କରିଛନ୍ତି। ସେମାନେ ହେଲେ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମି ରଞ୍ଜନ ମହାପାତ୍ର,ଦେବାଶିଷ ପ୍ରଧାନ,ସଚିକାନ୍ତ ସ୍ବାଇଁ, ଏବଂ ସଂଜୀବ ମିଶ୍ରଙ୍କୁ ନିଲମ୍ବନ କରାଯାଇଛି।

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ସୋମବାର ନିଜ ଅଫିସରେ କିଛି ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣାଟି ସେତେବେଳେ ଘଟିଥିଲା ଯେତେବେଳେ ସାହୁ ଗ୍ରୀଭାନ୍ସ ରିଡ୍ରେସାଲ ବୈଠକରେ ବ୍ୟସ୍ତ ଥିଲେ।

ରିପୋର୍ଟ ଅନୁସାରେ, ଛଅ ଜଣ ଅଜଣା ଯୁବକ ସାହୁଙ୍କ ଚାମ୍ବରକୁ ଅନଧିକୃତ ଭାବେ ପ୍ରବେଶ କରି ବିନା କାରଣରେ ତାଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣର ଉଦ୍ଦେଶ୍ୟ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଘଟଣାର ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି।

ଏହି ଘଟଣା ପ୍ରତିକ୍ରିୟା ରଖି ରତ୍ନାକର ସାହୁ କହିଛନ୍ତି, “ଆକ୍ରମଣକାରୀମାନେ ମୋ ପାଇଁ ଅଜଣା। ମୁଁ ଏହି ଘଟଣା ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବି ଏବଂ ଶୀଘ୍ର ଏକ ଏଫଆଇଆର ଦାଖଲ କରାଯିବ।”

ପ୍ରତିବାଦରେ ବିଏମସି କର୍ମଚାରୀମାନେ ଅଫିସ ପରିସରରେ ଧାରଣା ଦେଇଥିଲେ ଏବଂ ଦିନସାରା କାମ ବନ୍ଦ ରଖିଥିଲେ। ସେମାନେ ଅପରାଧୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଏବଂ ନାଗରିକ କର୍ମଚାରୀଙ୍କ ପାଇଁ ଉନ୍ନତ ସୁରକ୍ଷା ବ୍ୟବସ୍ଥା ଦାବି କରିଛନ୍ତି।

 

BMC କମିଶନରଙ୍କୁ ମାଡ଼ ଘଟଣା: କହୁ କହୁ ସତ ଓଗାଳି ପକାଇଲେ ଜଗନ୍ନାଥ ମୋତେ କରିଥିଲେ, ଜଣାପଡ଼ିଗଲା ଅସଲକଥା….


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri