ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି। ଏହାଦ୍ୱାରା ରାସ୍ତା ସଙ୍କୁଚିତ ହେବା ସହ ଟ୍ରାଫିକ୍‌ ସମସ୍ୟା ମଧ୍ୟ ସୃଷ୍ଟି ହେଉଛି। ତେଣୁ ଏହାକୁ ଦୃଷ୍ଟିରେ ଖୁବ୍‌ଶୀଘ୍ର ସହରର ବିଭିନ୍ନ ସ୍ଥାନରେ ନୋ ପାର୍କିଂ ଜୋନ୍‌ ଘୋଷଣା କରିବାକୁ ଯାଉଛି ବିଏମସି। ଏଣିକି ମନଇଚ୍ଛା ଗାଡ଼ି ପାର୍କିଂ କଲେ ବିଏମସି ସିଧାସଳଖ ସେଗୁଡିକୁ ଉଠାଇ ନେବ ଏବଂ ମୋଟା ଅଙ୍କର ଜରିମାନା ମଧ୍ୟ ଆଦାୟ କରିବ ବୋଲି ଜଣାପଡିଛି। ତେବେ ଏବେ ନିର୍ବାଚନ ପାଇଁ ଆଚରଣବିଧି ଲାଗୁ ହୋଇଥିବାରୁ ଏହି ଯୋଜନା କାର୍ଯ୍ୟକାରୀ ହୋଇପାରୁନାହିଁ। ନିର୍ବାଚନ ସରିବା ପରେ ଗାଡି ଟୋଇଙ୍ଗ୍‌ ପାଇଁ ଟେଣ୍ଡର ପ୍ରକ୍ରିୟା କରାଯିବ। ଏଜେନ୍ସି ଫାଇନାଲ ହେବାପରେ କର୍ପୋରେସନ୍‌ର ଅନୁମୋଦନ ନେଇ ସହରର କେଉଁକେଉଁ ସ୍ଥାନକୁ ନୋ ପାର୍କିଂ ଜୋନ୍‌ ଭାବେ ଘୋଷଣା କରାଯିବ ତାହା ସ୍ଥିର କରାଯିବ ବୋଲି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ ବିଏମ୍‌ସି ପକ୍ଷରୁ ଏଭଳି ନୋ ପାର୍କିଂ ଜୋନ୍‌ ଘୋଷଣା କରାଯାଇଛି। ବିଶେଷକରି ରାଜମହଲ ଏବଂ ସହୀଦନଗର ଠାରେ ମଲ୍ଟି ଲେବଲ କାର୍‌ ପାର୍କିଂ (ଏମଏଲ୍‌ସିପି) ହେବାପରେ ବାଣୀ ବିହାର ଠାରୁ ମହର୍ଷି କଲେଜ୍‌ ଏବଂ ଏଜି ଛକରୁ ରାଜମହଲ ଛକ ପର୍ଯ୍ୟନ୍ତ ନୋ ପାର୍କିଂ ଜୋନ୍‌ ଘୋଷଣା କରାଯାଇଛି। ଗାଇଡ୍‌ଲାଇନ୍‌ ଅନୁଯାୟୀ ପାର୍କିଂସ୍ଥଳର ୫ଶହ ମିଟର ମଧ୍ୟରେ ଆଉ କେଉଁଠି ପାର୍କିଂ ରହି ପାରିବ ନାହିଁ। ତେଣୁ ନୋ ପାର୍କିଂ ଜୋନ୍‌ ମଧ୍ୟରେ ଗାଡ଼ି ରଖିଲେ ସ୍ମାର୍ଟସିଟି ପକ୍ଷରୁ ନିୟୋଜିତ ଟୋଇଙ୍ଗ୍‌ ଏଜେନ୍ସି ଗାଡ଼ି ଉଠାଇ ନେଉଛନ୍ତି। ତେବେ ଖୁବ୍‌ଶୀଘ୍ର ବିଏମ୍‌ସି ମଧ୍ୟ ଏହି ଋଣନୀତି ଆପଣାଇବାକୁ ଯାଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri