ବିଏମ୍‌ସିର ନୂଆ ଗାଇଡ୍‌ଲାଇନ: ବିବାହରେ ୧୦୦, ଅନ୍ତିମ ସଂସ୍କାରରେ ୫୦

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ଶୀତଋତୁରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବିବାହ କାର୍ଯ୍ୟକ୍ରମ ଓ ଅନ୍ତିମ ସଂସ୍କାର ପାଇଁ ଏକ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଏହି ନିର୍ଦ୍ଦେଶାବଳୀ ଅନୁଯାୟୀ ବିବାହ କାର୍ଯ୍ୟକ୍ରମ ପାଇଁ ୧୦୦ ଓ ଅନ୍ତିମ ସଂସ୍କାର ପାଇଁ ୫୦ଜଣ ଲୋକଙ୍କୁ ଅନୁମତି ମିଳିବ। ଯେଉଁ କାର୍ଯ୍ୟକ୍ରମ କରିବେ ସେଥିପାଇଁ ନିକଟସ୍ଥ ଥାନା କିମ୍ବା ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଅନୁମତି ନେବା ଆବଶ୍ୟକ। ବିବାହରେ ବରଯାତ୍ରୀଙ୍କୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ବୟସ୍କ ବ୍ୟକ୍ତି, ଗର୍ଭବତୀ କିମ୍ବା ୧୦ବର୍ଷରୁ କମ୍‌ ପିଲା ସେହି କାର୍ଯ୍ୟକ୍ରମକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। କାର୍ଯ୍ୟକ୍ରମ ସ୍ଥଳୀର ପ୍ରବେଶ ପଥରେ ଥର୍ମାଲ ସ୍କ୍ରିନିଂର ବ୍ୟବସ୍ଥା କରାଯିବା, ହଲ୍‌ରେ ସାମାଜିକ ଦୂରତା ବଜାୟ ରଖିବା, ସମସ୍ତଙ୍କ ପାଇଁ ମାସ୍କ ପିନ୍ଧିବା ଭଳି ଅନେକ ନିର୍ଦ୍ଦେଶ ରହିଛି। ଯଦି ଏହି ନିୟମର କେହି ଖିଲାପ କରନ୍ତି, ତେବେ ଆୟୋଜକ ଓ ମଣ୍ଡପ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏହି ନିର୍ଦ୍ଦେଶନାମା ଆସନ୍ତା ୨୫ତାରିଖରୁ କାର୍ଯ୍ୟକାରୀ ହେବ। ପୋଲିସ ଏବଂ ବିଏମ୍‌ସି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଏ ଦିଗରେ କଡ଼ା ନଜର ରଖିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri