ବାରହା ଶିକାର ପାଇଁ ଫାଶ ବସାଇଥିଲେ, ହେଲେ…

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ବାରିହାକଟା ଗ୍ରାମ ନିକଟ ଗାଇଡା ଜଙ୍ଗଲରୁ ଗତ ମାର୍ଚ୍ଚ ୨୧ରେ ଏକ ଗୁଳିବିଦ୍ଧ ବାରହାର ମୃତଦେହ ବନବିଭାଗ କର୍ମଚାରୀ ଜବତ କରିଥିଲେ। ବାରହା ଶିକାରରେ ସମ୍ପୃକ୍ତ ଜଣେ ଶିକାରୀଙ୍କୁ କେ.ନୂଆଗାଁ ପୋଲିସ ସୋମବାର ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ବୀରବରପଲ୍ଲି ଗ୍ରାମର ନକୁଳ ଶବର। ଥାନା ମାମଲା ନଂ.୧୨୧/୨୫ ଅନୁଯାୟୀ ତାଙ୍କ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଯାଇଛି।
ଖବରରୁ ଜଣାପଡିଛି, ଗାଇଡା ଜଙ୍ଗଲରେ ବାରହା ଶିକାର ପାଇଁ ୩ଜଣ ଶିକାରୀ ଫାଶ ବସାଇଥିଲେ। ଏନେଇ ଖବର ପାଇ ନୂଆପଡ଼ା ବନପାଳ ଇଷ୍ବା. ଗଣେଶ କର୍ମଚାରୀଙ୍କ ସହ ଜଙ୍ଗଲରେ ପହଞ୍ଚତ୍ ତଲାସି କରିଥିଲେ। ବନ କର୍ମଚାରୀଙ୍କୁ ଦେଖି ନକୁଳ ଏବଂ ସୁଶାନ୍ତ ଶବର ସେମାନଙ୍କୁ ଆକ୍ରମଣ କରିଥିଲେ। ଏଥିରେ ପାରା ବନ କର୍ମଚାରୀ ସଂଗ୍ରାମ ସିଂ ଆହତ ହୋଇଥିଲେ। ଅନ୍ୟ ଜଣେ ଅଭିଯୁକ୍ତ ସୀମାଞ୍ଚଳ ପ୍ରଧାନଙ୍କୁ ବନ କର୍ମଚାରୀ କାବୁ କରି ନେଇଥିଲେ। ସେ ସମୟରେ ବାରହା ଶିକାରରେ ବ୍ୟବହୃତ ଦେଶୀ ବନ୍ଧୁକ, ଲୁହା ତେଣ୍ଟା, ଫାସଯୁକ୍ତ କ୍ଳଚ ଓ୍ବେୟାର, ମୋବାଇଲ ଫୋନ ଜବତ କରାଯାଇଥିଲା। ଏନେଇ ଦିଗପହଣ୍ଡି ରେଞ୍ଜର ଦିବ୍ୟ ରଞ୍ଜନ ସାହୁ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ତେବେ ପୂର୍ବରୁ ଅନ୍ୟତମ ଅଭିଯୁକ୍ତ ସୀମାଞ୍ଚଳଙ୍କୁ ବନ ବିଭାଗ ପକ୍ଷରୁ ମାମଲା ନଂ.୧୯୭/୨୪-୨୫ରେ କୋର୍ଟଚାଲାଣ କରାଯାଇଥିବା ବେଳେ ସୁଶାନ୍ତ କୋର୍ଟରେ ଆତ୍ମସମର୍ପଣ କରି ଜାମିନରେ ଆସିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?