ବାର୍‌ହା ଉପଦ୍ରବ: ଚିନ୍ତାରେ ଚାଷୀ

ପାରଳାଖେମୁଣ୍ଡି,୧୮ା୧୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ବାର୍‌ହା ଉପଦ୍ରବ ବଢିବାରେ ଲାଗିଛି। ଫଳରେ ବିଭିନ୍ନ ଗ୍ରାମାଞ୍ଚଳରେ ଥିବା ହେକ୍ଟର ହେକ୍ଟର ଧାନ ଚାଷ ପ୍ରଭାବିତ ହେଉଛି । ବ୍ଲକର ଜଙ୍ଗଲପାଡୁ, ବଡନିଳାପୁର, ଉତ୍ତରସେଲି, ଗୋଷାଣି, ମହାଦେଈପୁର, ଗୁରାଣ୍ଡି ଆଦି ଅଞ୍ଚଳରେ ବାର୍‌ହା ଉପଦ୍ରବ ବଢି ଚାଲିଥିବାରୁ ଚାଷୀ ଚିନ୍ତାରେ ପଡିଛନ୍ତି।

ପୂର୍ବରୁ ଏତେ ସଂଖ୍ୟକ ବାର୍‌ହା ନ ଥିଲେ। ୨୦୧୮ ତିତିଲି ବାତ୍ୟା ପରେ ସୀମାନ୍ତ ଆନ୍ଧ୍ର ପ୍ରଦେଶ ଜଙ୍ଗଲରୁ ବର୍‌ହା ଚାଲି ଅସିଥିବା ଚଷୀମାନେ ପ୍ରକାଶ କରିଛନ୍ତି। ପ୍ରତିବର୍ଷ ଧାନ ପାଚିଲା ସମୟରେ ବାର୍‌ହା ଉପଦ୍ରବ ଯୋଗ ଚାଷୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ବାର୍‌ହା ପଲ ସନ୍ଧ୍ୟା ହେଲେ ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ପଶି ପାଚିଥିବା ଧାନ ଗଛଗୁଡିକୁ ଖାଇ ନଷ୍ଟ କରୁଛନ୍ତି। ହେଲେ ବାର୍‌ହା ଘଉଡାଇବା ପାଇଁ ଚାଷୀ ଶୀତ କାକରରେ ଜଗି ରହୁଛନ୍ତି । ଏନେଇ ବନ ବିଭାଗ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ବିଭାଗ କିଛି ପ୍ରତିକାର ବ୍ୟବସ୍ଥା କରି ନ ଥିବା ଚାଷୀ ଅଭିଯୋଗ କରିଛନ୍ତି।

ବିଭାଗର ଗାରାବନ୍ଧା ସେକ୍ସନ ଅଧିକାରୀ ସନ୍ତୋଷ ପରିଚ୍ଛାଙ୍କୁ ଏହି ସମ୍ପର୍କରେ ପଚାରିବାରୁ ସେ କହିଲେ, ବନବିଭାଗ ପକ୍ଷରୁ ରାତ୍ରକାଳୀନ ପାଟ୍ରୋଲିଂ କରାଯାଉଛି। ଏନେଇ ସରକାରଙ୍କ ଅନୁକମ୍ପା ଆପ୍‌ ରହିଛି। ବାରାହା କିମ୍ବା ବନ୍ୟଜନ୍ତୁଙ୍କ ଦ୍ବାରା କୌଣସି ଚାଷୀଙ୍କ ଫସଲ ନଷ୍ଟ ହେଲେ ସେ ଅନୁକମ୍ପା ଆପ କିମ୍ବା ନିକଟସ୍ଥ ସିଏସ୍‌ସି କେନ୍ଦ୍ରକୁ ଯାଇ କ୍ଷତିଗ୍ରସ୍ତ ଜମିର ଫୋଟ ଓ ତଥ୍ୟ ଅପଲୋଡ କରନ୍ତୁ । ବିଭାଗୟୀ ଯାଞ୍ଚ ପରେ କ୍ଷତିର ପରିମାଣ ଅନୁଯାୟୀ ଚାଷୀଙ୍କୁ ଆର୍ଥିକ ସହାୟତା ମିଳିବ ବୋଲି ପରିଚ୍ଛା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri