ବାର୍‌ହା ଉପଦ୍ରବ: ଚିନ୍ତାରେ ଚାଷୀ

ପାରଳାଖେମୁଣ୍ଡି,୧୮ା୧୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ବାର୍‌ହା ଉପଦ୍ରବ ବଢିବାରେ ଲାଗିଛି। ଫଳରେ ବିଭିନ୍ନ ଗ୍ରାମାଞ୍ଚଳରେ ଥିବା ହେକ୍ଟର ହେକ୍ଟର ଧାନ ଚାଷ ପ୍ରଭାବିତ ହେଉଛି । ବ୍ଲକର ଜଙ୍ଗଲପାଡୁ, ବଡନିଳାପୁର, ଉତ୍ତରସେଲି, ଗୋଷାଣି, ମହାଦେଈପୁର, ଗୁରାଣ୍ଡି ଆଦି ଅଞ୍ଚଳରେ ବାର୍‌ହା ଉପଦ୍ରବ ବଢି ଚାଲିଥିବାରୁ ଚାଷୀ ଚିନ୍ତାରେ ପଡିଛନ୍ତି।

ପୂର୍ବରୁ ଏତେ ସଂଖ୍ୟକ ବାର୍‌ହା ନ ଥିଲେ। ୨୦୧୮ ତିତିଲି ବାତ୍ୟା ପରେ ସୀମାନ୍ତ ଆନ୍ଧ୍ର ପ୍ରଦେଶ ଜଙ୍ଗଲରୁ ବର୍‌ହା ଚାଲି ଅସିଥିବା ଚଷୀମାନେ ପ୍ରକାଶ କରିଛନ୍ତି। ପ୍ରତିବର୍ଷ ଧାନ ପାଚିଲା ସମୟରେ ବାର୍‌ହା ଉପଦ୍ରବ ଯୋଗ ଚାଷୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ବାର୍‌ହା ପଲ ସନ୍ଧ୍ୟା ହେଲେ ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ପଶି ପାଚିଥିବା ଧାନ ଗଛଗୁଡିକୁ ଖାଇ ନଷ୍ଟ କରୁଛନ୍ତି। ହେଲେ ବାର୍‌ହା ଘଉଡାଇବା ପାଇଁ ଚାଷୀ ଶୀତ କାକରରେ ଜଗି ରହୁଛନ୍ତି । ଏନେଇ ବନ ବିଭାଗ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ବିଭାଗ କିଛି ପ୍ରତିକାର ବ୍ୟବସ୍ଥା କରି ନ ଥିବା ଚାଷୀ ଅଭିଯୋଗ କରିଛନ୍ତି।

ବିଭାଗର ଗାରାବନ୍ଧା ସେକ୍ସନ ଅଧିକାରୀ ସନ୍ତୋଷ ପରିଚ୍ଛାଙ୍କୁ ଏହି ସମ୍ପର୍କରେ ପଚାରିବାରୁ ସେ କହିଲେ, ବନବିଭାଗ ପକ୍ଷରୁ ରାତ୍ରକାଳୀନ ପାଟ୍ରୋଲିଂ କରାଯାଉଛି। ଏନେଇ ସରକାରଙ୍କ ଅନୁକମ୍ପା ଆପ୍‌ ରହିଛି। ବାରାହା କିମ୍ବା ବନ୍ୟଜନ୍ତୁଙ୍କ ଦ୍ବାରା କୌଣସି ଚାଷୀଙ୍କ ଫସଲ ନଷ୍ଟ ହେଲେ ସେ ଅନୁକମ୍ପା ଆପ କିମ୍ବା ନିକଟସ୍ଥ ସିଏସ୍‌ସି କେନ୍ଦ୍ରକୁ ଯାଇ କ୍ଷତିଗ୍ରସ୍ତ ଜମିର ଫୋଟ ଓ ତଥ୍ୟ ଅପଲୋଡ କରନ୍ତୁ । ବିଭାଗୟୀ ଯାଞ୍ଚ ପରେ କ୍ଷତିର ପରିମାଣ ଅନୁଯାୟୀ ଚାଷୀଙ୍କୁ ଆର୍ଥିକ ସହାୟତା ମିଳିବ ବୋଲି ପରିଚ୍ଛା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧରେ ପୁଟିନଙ୍କ ଏଣ୍ଟ୍ରି? ଆମେରିକା ଆଖି ଆଗରେ ଖାମେନେଇଙ୍କୁ ନେଇଗଲା ରୁଷିଆ!

ମସ୍କୋ,୧୫।୩: ଏପର୍ଯ୍ୟନ୍ତ, ସମ୍ଭାବ୍ୟ ଇରାନ-ଆମେରିକା ସଂଘର୍ଷରେ ରୁଷିଆର ଭୂମିକା ସମ୍ପର୍କରେ ଆଲୋଚନା କେବଳ କଳ୍ପନାଜଳ୍ପନା ହୋଇ ରହିଥିଲା; ତଥାପି, ଏକ ନୂତନ ରିପୋର୍ଟ ଏବେ ସାମ୍ନାକୁ ଆସିଛି…

ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ

ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର…

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…

ନୂଆଦିଲ୍‌ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

ସୁଯୋଗରୁ ଫାଇଦା

ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼…

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri