ମାଟ୍ରିକ ରେଜଲ୍ଟ ନେଇ ବୋର୍ଡ ସଭାପତିଙ୍କ ପ୍ରେସ୍‌ମିଟ୍‌ : ରେଜଲ୍ଟ ପ୍ରକାଶର ୭ ଦିନ ଭିତରେ….

କଟକ,୧୬ା୩ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏକ ଯୁଗୋପଯୋଗୀ ପଦକ୍ଷେପ ଗ୍ରହଣ କରାଯାଇଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶର ୭ ଦିନ ମଧ୍ୟରେ ପରୀକ୍ଷାର୍ଥୀମାନଙ୍କୁ ଅରିଜିନାଲ ସାର୍ଟିଫିକେଟ ଅନ୍‌ଲାଇନ୍‌ ଜରିଆରେ ଯୋଗାଇ ଦିଆଯିବ। ଏହାବାଦ୍‌ ସମସ୍ତ ସାର୍ଟିଫିକେଟର ପ୍ରିଣ୍ଟେଡ୍‌ କପି ପୂର୍ବବର୍ଷ ଭଳି ହାଇସ୍କୁଲର ମୁଖ୍ୟମାନଙ୍କ ଜରିଆରେ ଫଳ ପ୍ରକାଶର ୧ ମାସ ମଧ୍ୟରେ ପ୍ରଦାନ କରାଯିବ ବୋଲି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ଓ ଉପସଭାପତି ଡ. ନିହାର ରଞ୍ଜନ ମହାନ୍ତି ଶନିବାର ବୋର୍ଡ ମୁଖ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷାର ସବ୍‌ଜେକ୍ଟିଭ ଖାତା ମୂଲ୍ୟାୟନ କାର୍ଯ୍ୟ ମାର୍ଚ୍ଚ ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ବୋର୍ଡ ଦ୍ୱାରା ନିୟୋଜିତ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷକ ସମଗ୍ର ରାଜ୍ୟର ମୋଟ୍‌ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖୁଛନ୍ତି। ମୂଲ୍ୟାୟନ କେନ୍ଦ୍ରରୁ ପରୀକ୍ଷାର୍ଥୀମାନଙ୍କର ପ୍ରତ୍ୟେକ ବିଷୟରେ ପ୍ରାପ୍ତାଙ୍କ ସିଧାସଳଖ ପ୍ରସେସିଂ ସର୍ଭରରେ ଅନ୍‌ଲାଇନ୍‌ ଯୋଗେ ଅପଲୋଡ୍‌ କରାଯାଉଛି। ବୋର୍ଡର କଟକସ୍ଥିତ ମୁଖ୍ୟାଳୟରୁ ୧୦ ଜଣ ଅନ୍‌ଲାଇନ୍‌ ସୁପରଭାଇଜର ସମ୍ପୂର୍ଣ୍ଣ ମୂଲ୍ୟାୟନ କାର୍ଯ୍ୟକୁ ତଦାରଖ କରୁଛନ୍ତି। ସମସ୍ତ ମୂଲ୍ୟାୟନ କେନ୍ଦ୍ରକୁ ୨୪ ଘଣ୍ଟିଆ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ଖାତାଦେଖା ଶେଷ ହୋଇ ଉତ୍ତରଖାତା ଅଣାଯିବା ପର୍ଯ୍ୟନ୍ତ ଏହି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ଭାବେ ବଳବତ୍ତର ରହିବ। ମୂଲ୍ୟାୟନ କାର୍ଯ୍ୟ ଆରମ୍ଭର ୧୫ ଦିନ ମଧ୍ୟରେ ଖାତାଦେଖା ଶେଷ ହେବ।
ସୂଚନାଯୋଗ୍ୟ, ଚଳିତ ବର୍ଷ ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିପାଇଁ ୫ ଲକ୍ଷ ୫୧ ହଜାର ୬୧୧ ଜଣ ମାଟ୍ରିକ, ୭୮୩୧ ଜଣ ମୁକ୍ତ ବିଦ୍ୟାଳୟ ଓ ୩୦୩୭ ଜଣ ମଧ୍ୟମା ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ। ସାରା ରାଜ୍ୟରେ ମୋଟ୍‌ ୩,୦୪୭ଟି ପରୀକ୍ଷା କେନ୍ଦ୍ର ଓ ପ୍ରଶ୍ନପତ୍ର ଗଚ୍ଛିତ ପାଇଁ ୩୧୩ଟି ନୋଡାଲ କେନ୍ଦ୍ର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri