ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭ ନିଖୋଜ ହୋଇଯାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି।
ସୂଚନା ଅନୁଯାୟୀ, ଛତିଶଗଡ଼ ଅତର୍ଲିଆ ଗ୍ରାମର ପ୍ରାୟ ୫୦ ଯାତ୍ରୀ ଏକ ମିନିବସ୍‌ରେ ବରଗଡ଼ ଜିଲା ଅମ୍ବାଭୋନାସ୍ଥିତ ପଥରସେନିକୁ ପିକ୍‌ନିକ୍‌ କରିବାକୁ ବାହାରିଥିଲେ। ସେମାନେ ସକାଳେ ରାୟଗଡ଼ ଦେଇ ଝାରସୁଗୁଡ଼ା ଲଖନପୁର ବ୍ଲକ ଅନ୍ତର୍ଗତ ମହାନଦୀର ଶରଧା ଡଙ୍ଗାଘାଟରେ ପହଞ୍ଚତ୍ଥିଲେ। ସେଠାରୁ ଏକ ଡଙ୍ଗା ଯୋଗେ ମହିଳା, ପୁରୁଷ ଓ ଶିଶୁଙ୍କୁ ମିଶାଇ ସମସ୍ତ ୫୦ ଯାତ୍ରୀ ବରଗଡ଼ ଜିଲା ବାଞ୍ଜିପାଲି ଘାଟରେ ପହଞ୍ଚତ୍ ପିକ୍‌ନିକ୍‌ ସ୍ପଟ୍‌ ପଥରସେନି ଯାଇଥିଲେ। ସେମାନେ ପିକ୍‌ନିକ୍‌ ସାରି ଅନ୍ୟ ଏକ ଡଙ୍ଗାରେ ଶରଧା ଘାଟକୁ ବାହାରିଥିଲେ। କିନ୍ତୁ ଘାଟରେ ପହଞ୍ଚତ୍ବା ପୂର୍ବରୁ ଅଳ୍ପ ଦୂରରେ ଡଙ୍ଗାଟି ଭାରସାମ୍ୟ ହରାଇ ବୁଡିଯାଇଥିଲା। ଫଳରେ ଏଥିରେ ବସିଥିବା ୫୦ ଯାତ୍ରୀ ପାଣିରେ ବୁଡ଼ିଯାଇଥିଲେ। ଲୋକଙ୍କ ଚିତ୍କାର ଶୁଣି ମହାନଦୀରେ ମାଛ ମାରିବାକୁ ଯାଇଥିବା ମତ୍ସ୍ୟଜୀବୀମାନେ ତୁରନ୍ତ ଉଦ୍ଧାର କାର୍ଯ୍ୟରେ ଲାଗିଯାଇଥିଲେ। ସେମାନେ ଖୋଜାଖୋଜି କରି ୪୦ ଜଣଙ୍କୁ ଜୀବନ୍ତ ଉଦ୍ଧାର କରିଥିବାବେଳେ ଅନ୍ୟ ୨ ଜଣଙ୍କ ମୃତଦେହ ଠାବ କରିଥିଲେ। ଏହାସହ ୭ ଯାତ୍ରୀ ନିଖୋଜ ଥିବା ଜାଣିବାକୁ ପାଇଥିଲେ। ଉଦ୍ଧାର ହୋଇଥିବା ଲୋକଙ୍କୁ ନିକଟସ୍ଥ ଲଖନପୁର ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ରେଙ୍ଗାଲି ଥାନା ଅଧିକାରୀଙ୍କ ସହ ଝାରସୁଗୁଡ଼ା ଏସ୍‌ପି ସ୍ମିଥ୍‌ ପି. ପରମାର ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିଲେ। ପୋଲିସ ସହ ଝାରସୁଗୁଡ଼ା ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ ଟିମ୍‌ ନିଖୋଜ ଯାତ୍ରୀଙ୍କ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ। ଖବର ପ୍ରସାରିତ ହେବା ପରେ ବ୍ରଜରାଜନଗର ବିଧାୟିକା ଅଳକା ମହାନ୍ତି ଏବଂ ବିଜେଡିର ବରଗଡ଼ ଲୋକ ସଭା ପ୍ରାର୍ଥୀ ପରିଣିତା ମିଶ୍ର ଘଟଣାସ୍ଥଳରେ ପହଞ୍ଚିଥିଲେ। ଝାରସୁଗୁଡ଼ା ଜିଲାପାଳ ଅବୋଲି ସୁନୀଲ ନରୱଣେ ଓ ଉତ୍ତରାଞ୍ଚଳ ଡିଆଇଜି ହିମାଂଶୁ ଲାଲ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଏହି ଘଟଣା ଅନ୍ୟନ୍ତ ଦୁଃଖଦାୟକ। ଏହାର ତଦନ୍ତ କରାଯାଇ ଭବିଷ୍ୟତରେ ଯେପରି ପୁନରାବୃତ୍ତି ନ ହେବ ସେଥିପ୍ରତି ଜିଲା ପ୍ରଶାସନ ସଜାଗ ରହିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଏବଂ ଏସ୍‌ଆର୍‌ସିଙ୍କୁ ସମନ୍ବୟ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ନିଖୋଜଙ୍କୁ ଉଦ୍ଧାର ପାଇଁ ୫ ସ୍କୁବା ଡାଇଭର ଓ ୨ ସର୍ଚ୍ଚ କ୍ୟାମେରା ବିମାନ ଯୋଗେ ପଠାଯାଇଛି। ଉଦ୍ଧାର ହୋଇଥିବା ବ୍ୟକ୍ତିମାନଙ୍କୁ ଚିକିତ୍ସା ଯୋଗାଇବା ପାଇଁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଡଙ୍ଗାରେ ଲାଇଫ୍‌ ଜାକେଟ ରଖିବା ପାଇଁ କଡ଼ା ନିୟମ ଥିଲେ ମଧ୍ୟ ଏହାକୁ ଅଣଦେଖା କରାଯାଉଛି। ଡଙ୍ଗା ମାଲିକ ଓ ପ୍ରଶାସନିକ ଅବହେଳା ଯୋଗୁ ବାରମ୍ବାର ଡଙ୍ଗା ବୁଡ଼ି ଲୋକଙ୍କ ଜୀବନ ଯାଉଛି। ଏନେଇ ଜିଲାପାଳଙ୍କ ପ୍ରତିକ୍ରିୟା ନେବା ଲାଗି ତାଙ୍କ ମୋବାଇଲକୁ ବାରମ୍ବାର କଲ୍‌ କରାଯାଇଥିଲେ ହେଁ ଯୋଗାଯୋଗ ସମ୍ଭବ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri